୨୫କିଲୋ ଗଞ୍ଜେଇ ଜବତ, ୨ ଗିରଫ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ନିର୍ଦ୍ଦେଶକ୍ରମେ ଏବଂ କେନ୍ଦ୍ରାପଡା ଅବକାରୀ ଅଧୀକ୍ଷକ ବିପ୍ର ଚରଣ ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇଥିଲା। ଏହି କ୍ରମରେ କଚେରିପଡ଼ା ଗ୍ରାମରେ କଙ୍ଗୋ ସିଗାରେଟ୍ ଖୋଳ ମଧ୍ୟରେ ଗଞ୍ଜେଇ ଭର୍ତ୍ତି କରି ବିକ୍ରି କରାଯାଉଥିବା ସମ୍ପର୍କରେ ବିଶେଷ ସୂତ୍ରରୁ ସୂଚନା ପାଇ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଥିଲା। କେନ୍ଦ୍ରାପଡ଼ାର ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ତଲାସୀ କରାଯାଇ ୨୫ କି.ଗ୍ରା. ଗଞ୍ଜେଇ ଜବତ କରାଯାଇଥିଲା। ଏହି ଘଟଣା ସମ୍ପର୍କିତ ମାମଲାରେ କଚେରିପଡ଼ା ଗ୍ରାମର ସୂର୍ଯ୍ୟକାନ୍ତ ବାରିକ(୩୨) ଏବଂ ରଶ୍ମୀକାନ୍ତ ବାରିକ(୪୦)ଙ୍କୁ ଗିରଫ କରାଯାଇ ଆଇନାନୁଯାୟୀ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ଅବକାରୀ ଉପ ନିରୀକ୍ଷକ ପ୍ରିୟଦର୍ଶୀ ମାନସରଞ୍ଜନ ମିଶ୍ରଙ୍କ ସମେତ ଅବକାରୀ ବିଭାଗର ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ