ଗଜପତିରେ ସ୍ଥିତି ସଙ୍ଗିନ, ଆଜି ପୁଣି ୨୯ ପଜିଟିଭ୍ ଚିହ୍ନଟ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲାରେ କରୋନା ସଂକ୍ରମଣର ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ପ୍ରତ୍ୟେକ ଦିନ ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଆଜି ପୁଣି ଗୋଟାଏ ଦିନରେ ୨୯ ଜଣ ଚିହ୍ନଟ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି । ଆଜିର ଏହି ୨୯ କରୋନା ରୋଗୀ ଚିହ୍ନଟ ପରେ ମୋଟ ସଂଖ୍ୟା ୩୮୪ ରେ ପହଞ୍ଚିଛି । ଗଜପତି ଜିଲ୍ଲାରେ ମୋଟ ୩୮୪ ଜଣ ପଜିଟିଭ୍ ତିହ୍ନଟ ହୋଇଥିବା ବେଳେ କେବଳ ଗୋଷାଣୀ ବ୍ଲକରେ ଚିହ୍ନଟଙ୍କ ସଂଖ୍ୟା ସର୍ବାଧିକ ୨୪୭ ହୋଇଛନ୍ତି । ଏହି ୨୯ ଜଣଙ୍କୁ ଆଜି ଆର.ସୀତାପୁର ଠାରେ ଥିବା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗଜପତି ଜିଲ୍ଲାପାଳ ଅନୁପମ ଶାହା ଏ ନେଇ ଏକ ପ୍ରେସ ଇସ୍ତହାର ମାଧ୍ୟମରେ ଜଣାଇଛନ୍ତି,ଆଜି ପୁଣି ୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ଏହି ୨୯ଜଣଙ୍କୁ ମିଶାଇ ବର୍ତ୍ତମାନ ଗଜପତିରେ ୩୮୪ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ବିଭାଗ ଓ ପ୍ରଶାସନିକ ଅଧିକାରୀମାନଙ୍କୁ ସମ୍ପୁଣ୍ଣ ଭାବେ ଏ ନେଇ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆଜି ନୁତନ ଭାବେ ଯେଉଁ ୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ତାମିଲନାଡୁରୁ ୧୨ଜଣ,ଆନ୍ଧ୍ରରୁ ଜଣେ,ତେଲାଙ୍ଗାନାରୁ ଜଣେ ଓ କଣ୍ଣ୍‌ାଟକରୁ ଜଣେ ମୋଟ ଏହି ୧୫ଜଣ ପ୍ରବାସୀ ଗଜପତି ଜିଲ୍ଲାକୁ ଫେରିଥିଲେ । ଏମାନଙ୍କ ସହ ୭ଜଣ କଣ୍ଟାନମେଣ୍ଟ ଜୋନ୍‌ରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ୭ଜଣ ସଂଘରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ଏହି ୨୯ଜଣଙ୍କୁ ଆର.ସୀତାପୁର ଠାରେ ଥିବା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ସମସ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏମାନଙ୍କୁ ଆବଶ୍ୟକୀୟ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ