‘ଆମେ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ’

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁର୍ଗଠନକୁ ଗୁରୁତ୍ୱ ଦେଇଛନ୍ତି । ଏଥିସହ ଆମେ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଓ ଭାଗିଦାରୀମୂଳକ ହେବା ଉଚିତ । ୩ ମାସ ହେଲା କରୋନା ରାଜ୍ୟବାସୀଙ୍କ ଜୀବନକୁ ଗଭୀର ପ୍ରଭାବିତ କରିଛି । ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ଯୋଗୁଁ ଓଡ଼ିଶା ଭଲ ସ୍ଥିତିରେ ଅଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଏବର୍ଷ ଭଲ ବର୍ଷା ହେବ । ଜୁନ ଠାରୁ ଅକ୍ଟୋବର ପର୍ଯ୍ୟନ୍ତ ସମୟ ହେଉଛି ଗୁରୁତ୍ୱପୂର୍ଣ୍ଣ । ଏହି ସମୟରେର ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିପାରେ । ତେବେ ଆମେ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ