କୋଟିଏ ଅତିକ୍ରମ କଲା କୋଭିଡ ପରୀକ୍ଷା ସଂଖ୍ୟା

ନୂଆଦିଲ୍ଲୀ : ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା କ୍ରମରେ, କୋଭିଡ ପରୀକ୍ଷଣ ସଂଖ୍ୟା ୧୦ମିଲିୟନ ୧କୋଟି ମାଇଲଖୁଣ୍ଟ ଅତିକ୍ରମ କରିଛି । ବ୍ୟାପକ ପରୀକ୍ଷଣ ତଥା କେନ୍ଦ୍ର ଓ ରାଜ୍ୟ ସରକାର ତଥା କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ଦ୍ଵାରା ନିଆଯାଇଥିବା ପଦକ୍ଷେପ ସହିତ “ପରୀକ୍ଷା, ଚିହ୍ନଟ, ଚିକିତ୍ସା” ରଣନୀତିର ସଫଳତାକୁ ଏହା ଦର୍ଶାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୩,୪୬,୪୫୯ ନମୁନା ପରୀକ୍ଷା କରାଯାଇଛି । ପରୀକ୍ଷିତ ନମୁନାଗୁଡ଼ିକର ସମୁଦାୟ ସଂଖ୍ୟା ବର୍ତ୍ତମାନ ସୁଦ୍ଧା ୧,୦୧,୩୫,୫୨୫ । ସମଗ୍ର ଦେଶରେ ନମୁନା ପରୀକ୍ଷାଗାର କ୍ରମାଗତ ଭାବରେ ବୃଦ୍ଧି ପାଇବା ଦ୍ଵାରା ଏହି ସଫଳତା ସମ୍ଭବ ହୋଇଛି । ଆଜି ପର୍ଯ୍ୟନ୍ତ, ୧୧୦୫ରୁ ଅଧିକ ପରୀକ୍ଷାଗାର ଲୋକଙ୍କୁ କରୋନା ପରୀକ୍ଷା କରିବାରେ ସକ୍ଷମ ହୋଇଛି । ସରକାରୀ ଭାବେ ୭୮୮ଟି ପରୀକ୍ଷାଗାର ଥିବା ବେଳେ ବେସରକାରୀ ଭାବେ ୩୧୭ଟି ରହିଛି । ଭାରତ ସରକାରଙ୍କ ଦ୍ଵାରା କୋଭିଡ-୧୯ର ଧାରଣ ଏବଂ ପରିଚାଳନା ତଥା କ୍ରମାଗତ ପ୍ରୟାସ ଯୋଗୁଁ କରୋନା ରୋଗୀଙ୍କ ମଧ୍ୟରେ ଆରୋଗ୍ୟ ଲାଭ କରିଥିବା ସଂଖ୍ୟା ଆଜିସୁଦ୍ଧା ୪,୨୪,୪୩୨କୁ ବୃଦ୍ଧି ପାଇଛି । ଗତ ୨୪ଘଣ୍ଟା ମଧ୍ୟରେ ସମୁଦାୟ ୧୫,୩୫୦ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ଅପେକ୍ଷା ସୁସ୍ଥ ରୋଗୀଙ୍କ ସଂଖ୍ୟା ୧,୭୧,୧୪୫ଅଧିକ । ଏହା ଜାତୀୟ ଆରୋଗ୍ୟ ହାରକୁ ୬୦.୮୬%ରେ ପହଞ୍ଚାଇଛି । ବର୍ତ୍ତମାନ ୨,୫୩,୨୮୭ ସକ୍ରିୟ ମାମଲା ରହିଥିବା ବେଳେ ସମସ୍ତେ ଡାକ୍ତରୀ ତତ୍ଵାବଧାନରେ ଅଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ