ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ଦିନର ଦରମା ପ୍ରଦାନ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଗୋଟିଏ ଦିନର ଦରମା ୪୬ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ଜିଲ୍ଲାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ କର୍ମଚାରୀ ମିଳିତ ଭାବେ କୋଭିଡ୍‌-୧୯ ଜନିତ ମହାମାରୀର ମୁକାବିଲା ପାଇଁ ଏହି ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ମୋଟ ୪୬,୦୨,୦୪୨ଟଙ୍କା ସହାୟତା ରାଶି ଜିଲ୍ଲା ମୁଖ୍ୟ ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗ ଚେକ୍ ଆକାରରେ ଗଜପତି ଜିଲ୍ଲାପାଳ ଅନୁପମ ସାହାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି । ଦୀର୍ଘ ଦିନ ହେବ କରୋନା ମହାମାରୀ ଯୋଗୁଁ ଲକ୍‌ଡାଉନ୍ ଏବଂ ସଟ୍‌ଡାଉନ୍ ଯୋଗୁଁ ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥା ବନ୍ଦ ରହୁଥିବାରୁ ରାଜ୍ୟ ସରକାର ଆର୍ଥିକ ମାନ୍ଦାବସ୍ଥା ଦେଇ ଗତି କରୁଛନ୍ତି । ତେଣୁ ଗଜପତି ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ କରୋନା ମହାମାରୀର ମୁକାବିଲା ପାଇଁ ଏହିପରି ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ଏହି ସହାୟତା ରାଶି ପ୍ରଦାନ ସମୟରେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ସାତ୍ମିକ କୁମାର ପଟ୍ଟନାୟକ,ମୁଖ୍ୟ କିରାଣୀ ଲକ୍ଷ୍ମଣ ପାଇକ ଓ କନିଷ୍ଠ କିରାଣି ସି.ଏଚ୍‌.ବୈକୁଣ୍ଠ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ