ଦୀପାଙ୍କ ଦେହାନ୍ତରେ ଓଡ଼ିଶା ଆଲବମ୍ ଜଗତରେ ଅପୂରଣୀୟ କ୍ଷତି : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (ଓ୍ବାଇଏନ୍ଏସ୍) : ଲୋକପ୍ରିୟ ଆଲବମ୍ ଅଭିନେତ୍ରୀ ଦୀପା ସାହୁଙ୍କ ଦେହାନ୍ତରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ବିୟୋଗରେ ଓଡ଼ିଶା ଆଲବମ୍ ଜଗତରେ ଅପୂରଣୀୟ କ୍ଷତି ଘଟିଲା ବୋଲି ସେ କହିଛନ୍ତି । ଶୋକବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଆ ଅଭିନେତ୍ରୀ ଦୀପା ସାହୁଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ । ବିଶେଷତଃ ଓଡ଼ିଆ ଆଲବମ୍ ଜଗତରେ ସେ ତାଙ୍କ କଳାର ନିଖୁଣ ଛାପ ଦ୍ୱାରା ଅନେକ ଦର୍ଶକଙ୍କୁ ବାନ୍ଧି ରଖିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଆଲବମ୍ ଜଗତରେ ଅପୂରଣୀୟ କ୍ଷତି ଘଟିଲା । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖ ସମୟରେ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ