ନବନିଯୁକ୍ତ ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (ଓ୍ବାଇଏନ୍ଏସ୍) : ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କ ଦ୍ୱାରା ଗଠିତ ହୋଇଥିବା ନୂଆ ରାଷ୍ଟ୍ରୀୟ ପଦାଧିକାରୀ ଟିମରେ ୪ ଓଡିଆଙ୍କ ସମେତ ନବନିଯୁକ୍ତ ସମସ୍ତ ପଦାଧିକାରୀଙ୍କୁ ଟ୍ୱିଟ୍ ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଶେଷ ଭାବରେ ଏହି ନୂଆ ଟିମରେ ୪ ଓଡିଆଙ୍କୁ ସାମିଲ କରିଥିବାରୁ ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦଳୀୟ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ବିଜେପିର ଏହି ଟିମରେ ବୈଜୟନ୍ତ ପଣ୍ଡାଙ୍କୁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ, ବିଶେଶ୍ୱର ଟୁଡୁଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଏବଂ ସମ୍ବିତ୍ ପାତ୍ର ଓ ଶ୍ରୀମତି ଅପରାଜିତା ଷଡଙ୍ଗୀଙ୍କୁ ରାଷ୍ଟ୍ରୀୟ ମୁଖପାତ୍ର ଭାବରେ ନିଯୁକ୍ତି ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଓଡିଶାକୁ ଗୁରୁତ୍ୱ ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

Latest News
   କେ.ନୂଆଗାଁ ଥାନା ସମ୍ମୁଖରେ ଦଳୀୟ କର୍ମୀଙ୍କ ଧାରଣା ମଦ ଜବତ ; ଜେଲ ଗଲେ ୪ ଅଭିଯୁକ୍ତ ୱାରେଣ୍ଟିଙ୍କୁ କୋର୍ଟ ଚାଲାଣ କରୋନା ସଂକ୍ରମଣରେ ଅଙ୍ଗନୱାଡ଼ି କର୍ମୀଙ୍କ ମୃତ୍ୟୁ ବୁଗୁଡା ପାଞ୍ଚାୟତ ସମିତିର ନବମ ସାଧାରଣ ବୈଠକ
error: Content is protected !!