କଳମଛୁଇଁ ଶିଶୁମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ ପାଳିତ

ତାଳଚେର, (ଯୁଗାବ୍ଦ ନ୍ୟୁଜ) : ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ କୋଭିଡ୍ କଟକଣା ମଧ୍ୟରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଅନୀଲ କୁମାର ଦେହୁରୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶିକ୍ଷାବିତ୍ ଦିବାକର ବାରିକ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବରେ ଅନୁଗୋଳ ବିଭାଗ ନିରୀକ୍ଷକ ବିଜନ କୁମାର ଜେନା,ସମ୍ମାନୀତ ଅତିଥି ଭାବରେ ବିଦ୍ୟାଳୟର ସମ୍ପାଦକ ବିଭୂତି ଭୂଷଣ ସ୍ୱାଇଁ ଓ କୋଷାଧ୍ୟକ୍ଷ ଗିରୀଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଗୈରିକ ଧ୍ୱଜା ଉତୋଳନ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା । ବରିଷ୍ଠ ଆଚାର୍ଯ୍ୟ କୁମୁଦ ଚନ୍ଦ୍ର ବେହେରା ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ପ୍ରଧାନାଚାର୍ଯ୍ୟ ଶ୍ରୀ ଦେହୁରୀ ରାଷ୍ଟ୍ରୀୟ ନବବର୍ଷ ପାଳନ କରିବାର ମହତ୍ୱ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀ ଜେନା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପ୍ରତିଷ୍ଠାତା ଡ.କେଶବ ବଳିରାମ ହେଡେଗେୱାରଙ୍କ ଜୀବନଦର୍ଶନ ଉପରେ ଆଲୋକପାତ କରିବା ସହ ଆଧୁନିକ ଭାରତ ଗଠନରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ । ଆଚାର୍ଯ୍ୟା ପ୍ରିୟଙ୍କା ବେହେରା ଓ ଗୀତାଞ୍ଜଳୀ ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ପର୍ଯ୍ୟାୟପ୍ରମୁଖ ତ୍ରିଲୋଚନ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଆଚାର୍ଯ୍ୟ ମଳୟ କୁମାର ଦାସ,ବିକାଶ ଚନ୍ଦ୍ର ପ୍ରଧାନ,ଅଜୟ କୁମାର ସାହୁ,ସରସ୍ୱତୀ ସାହୁ,ବୀଣାପାଣି ବାରିକ,ସୁଶ୍ରୀ ତ୍ରୀପାଠୀ,ରଞ୍ଜୁବାଳା ସାହୁଙ୍କ ସମେତ ବିଦ୍ୟାଳୟର ସମସ୍ତ ଗୁରୁଜୀ,ଗୁରୁମା କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ । ସୂଚନାଯୋଗ୍ୟ, ପ୍ରତ୍ୟେକ ବର୍ଷ ଚୈତ୍ର ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥିରେ ରାଷ୍ଟ୍ରୀୟ ନବବର୍ଷ ପାଳନ କରାଯାଉଥିବା ବେଳେ ପୌରାଣିକ ମତାନୁସାରେ ଆଜିର ଦିନରେ ସୃଷ୍ଟିକର୍ତା ବ୍ରହ୍ମାଙ୍କ ଦ୍ୱାରା ସୃଷ୍ଟିର ସର୍ଜନା କାର୍ଯ୍ୟ ଆରମ୍ଭ କରାଯାଇଥିଲା । ଏହାସହିତ ମର୍ଯ୍ୟଦା ପୁରୁଷୋତମ ଶ୍ରୀରାମ ତଥା ଧର୍ମରାଜ ଯୁଧିଷ୍ଠିରଙ୍କ ରାଜ୍ୟାଭିଷେକ ଆଜିର ଦିନରେ ହୋଇଥିବାରୁ ଏହି ଦିବସଟି ହିନ୍ଦୁମାନଙ୍କ ପାଇଁ ବିଶେଷ ମହତ୍ୱ ରଖିଥାଏ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ