ରାଜ୍ୟରେ ଆଜି ୪୪ କରୋନା ମୃତ୍ୟୁ

ଭୁବନେଶ୍ୱର (ୱାଇଏନ୍‌ଏସ୍‌): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୧୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ, କଟକ, ଝାରସୁଗୁଡ଼ା, ବରଗଡରୁ ୪ ଜଣ ଲେଖାଏଁ, କଳାହାଣ୍ଡି, ପୁରୀ, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗିର, ବୌଦ୍ଧ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଦେବଗଡ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ