ଆଜି ମଙ୍ଗଳବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ …

ମେଷ –
ଆଜି ନିଜ ଲୋକଙ୍କ ସହିତ ଆପଣଙ୍କର ସମ୍ପର୍କ ଭଲ ରହିବ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ମନେ ରଖନ୍ତୁ କେବଳ ଥଣ୍ଡା ମନରେ ଧର୍ଯ୍ୟ ରଖନ୍ତୁ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ ।

ବୃଷ –
ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।

ମିଥୁନ –
ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାର ଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ । ଆପଣ ଏହି ସମୟର ଉପଯୋଗ ପୁରୁଣା ସ୍ମୃତିକୁ ମନେ ପକାଇବାରେ ବ୍ୟବହାର କରିପାରିବେ ।

କର୍କଟ –
ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।

ସିଂହ –
ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।

କନ୍ୟା –
ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚ଼ିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚ଼ିନ୍ତି ନିଅନ୍ତୁ ।

ତୁଳା –
ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।

ବିଛା –
ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି ।

ଧନୁ –
ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟରେ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।

ମକର –
ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଶୁଭକାମରେ ଯୋଗ ଦେବେ ।

କୁମ୍ଭ –
ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।

ମୀନ –
ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ