ଆଜି ଶନିବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ …

ମେଷ –
– ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ବ୍ୟବସାୟରେ ଭଲ ଲାଭହେବ ଓ ଋଣରୁ ମୁକ୍ତି ମିଳିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ।

ବୃଷ –
– ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । ଉଚିତ୍ ପନ୍ଥା ଗ୍ରହଣ ନକଲେ ନିଜ ଲୋକମାନେ ମନମୋଟିଆ ହେବେ । ରାଜନୈତିକ ଜୀବନ ଝଡଝଞ୍ଜାମୟ ହେବାର ସମ୍ଭାବନା ରହିଛି । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ମିଥୁନ –
– ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ପାରିବାରିକ ସମସ୍ୟାକୁ ସମାଧାନ କରି ପରିବାରରେ ପ୍ରୀତିଭାଜନ ହେବେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି ।

କର୍କଟ –
– ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ହସଖୁସିରେ ସମୟ ବିତାଇବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସ୍ଥାନାନ୍ତର ମଧ୍ୟ ହୋଇ ପାରେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଭାଇବନ୍ଧୁ ମିତ୍ରଙ୍କଠାରୁ ସହଯୋଗ ପାଇବେ ।

ସିଂହ –
– ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ହଠାତ୍ ମତ ପରିବର୍ତ୍ତନ କରି ସମସ୍ତଙ୍କୁ ଚକିତ କରି ଦେବେ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ । କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ ।

କନ୍ୟା –
– ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଦୀର୍ଘଦିନର ଆଶା ପୂରଣ ହେବା ଫଳରେ ପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ବକେୟା ଅର୍ଥ କିଛି ମିଳିବ ଓ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ବନ୍ଧୁ ବାନ୍ଧବଙ୍କଦ୍ୱାରା ଅନେକ କାର୍ଯ୍ୟ ହାସଲ କରିବେ । ବ୍ୟବସାୟରେ ଉନ୍ନତି, ଲାଭପ୍ରାପ୍ତି, ସଫଳତା ଅର୍ଜନ କରିବା ସହ ଦୂରଯାତ୍ରାର ସୁଯୋଗ ପାଇବେ ।
ତୁଳା –
– କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆୟ ବୃଦ୍ଧି ହୋଇ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ଆପ୍ରାଣ ଚେଷ୍ଟା କରି ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ବ୍ୟବସାୟକୁ ପ୍ରସାରିତ କରି କୌଣସି ଏକଅଭିନ୍ନ ମିତ୍ରଙ୍କସହ ଏକ୍ସପୋର୍ଟ, ଇନ୍ପୋର୍ଟ, ହାଣ୍ଡିକ୍ରାଫ୍ଟ, ଫର୍ଣ୍ଣିଚର ଓ ସିଜିନ୍ ବ୍ୟବସାୟରେ ମଧ୍ୟ ଅତ୍ୟନ୍ତ ଲାଭାନ୍ୱିତ ହେବେ ।

ବିଛା –
– ଶତୃମାନେ ମିତ୍ରଭାବ ଆଚରଣ କରିବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ପ୍ରଶଂସା ପାଇବେ । ରାଜନୀତିରେ ସଫଳତା ମିଳିବ, କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବ୍ୟୟ ଅପେକ୍ଷା ଆୟ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ।

ଧନୁ –
– ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସେୟାର ବଜାରରେ ମୁନାଫା ମିଳିବ ଓ ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । ଆତ୍ମବିଶ୍ୱାସ ବୃଦ୍ଧି ପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ପାରିବାରିକସ୍ଥିତି ସାମାନ୍ୟ ବଦଳିବା ଯୋଗେ ଶାନ୍ତି ପାଇବେ । ଦୂରଯାତ୍ରାର ସୁଯୋଗ ମିଳିବ । ବିଦ୍ୟାକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବା ଫଳରେ ପ୍ରଶଂସିତ ହେବେ ।

ମକର –
– ଶତୃମାନେ ମୁଣ୍ଡ ନୂଆଇଁବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ । ସ୍ଥାନାନ୍ତରର ସୂଚନା ପାଇ ପାରନ୍ତି ।

କୁମ୍ଭ –
– ଘରୋଇ ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନହେବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସମସ୍ୟା ସମାଧାନ ହୋଇ ଉନ୍ନତି ସହ ଶାନ୍ତି ଉପୁଜିବ । ଆତ୍ମୀୟ ମାନଙ୍କର ଉପଚାର ରୋଗ ନିବୃତ୍ତି ପାଇଁ ଅଧିକ ଅର୍ଥଖର୍ଚ୍ଚ ହୋଇଯିବ । ପତିପତ୍ନୀଙ୍କ କ୍ଷେତ୍ରରେ ଦାମ୍ପତ୍ୟଜୀବନ ସୁଖମୟହେବ । ଗସ୍ତ କାର୍ଯ୍ୟକ୍ରମ ସ୍ଥଳରେ ବହୁ ସମୟ ବାହାରେ କଟାଇ ବାକୁ ବାଧ୍ୟ ହେବେ ।

ମୀନ –
– ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଆର୍ଥିକକ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବା ଫଳରେ ମାନସିକ ଚିନ୍ତାଦୂର ହୋଇଯିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ