ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି

ପୁରୀ, (ୱାଇଏନ୍‌ଏସ୍‌): ଆଜି ଅପରାହ୍ନରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କପ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ଏହି ସେବା ସମ୍ପାଦନ କରିବେ । ଦ୍ଵିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଅପରାହ୍ନରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କର ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ନୀତି ପରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୋଭା ବର୍ଦ୍ଧନ ହୋଇଥାଏ । ବନକଲାଗି ପାଇଁ ପାରମ୍ପରିକ ଦ୍ରଵ୍ୟ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ ।ବନକଲାଗି ନୀତି ପରେ ମହାସ୍ନାନ ନୀତି ହୋଇଥାଏ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ