ଆଜିଠୁ ଶତପ୍ରତିଶତ ଦଶର୍କରେ ଖୋଲିବ ସିନେମା ହଲ୍

ଭୁବନେଶ୍ୱର, ସିନେମା ହଲ ମାଲିକ ଓ ସିନେପ୍ରମୀଙ୍କ ପାଇଁ ଭଲ ଖବର । ଆଜିଠାରୁ ରାଜ୍ୟରେ ଶତ ପ୍ରତିଶତ ଦର୍ଶକଙ୍କୁ ନେଇ ଚାଲିବ ସିନେମା ହଲ । ଶତ ପ୍ରତିଶତ ଦର୍ଶକଙ୍କୁ ନେଇ ସିନେମା ହଲ ଚାଲିବାକୁ ସରକାର ଅନୁମତି ଦେଇଛନ୍ତି । ସିନେମା ହଲ୍ ଓ ମଲ୍ ପାଇଁ ଥିବା କଟକଣା ଆହୁରି କୋହଳ କରାଯାଇଛି । ସିଟିଂ କାପାସିଟି ଅନୁସାରେ ଦର୍ଶକ ସିନେମା ହଲକୁ ଯାଇପାରିବେ । ସେହିପରି ମଲ୍ ଯିବା ଲାଗି ଭ୍ୟାକସିନ୍ ସାର୍ଟିଫିକେଟ୍ ଓ କୋଭିଡ୍ ନେଗେଟିଭ୍ ରିପୋର୍ଟ ଆବଶ୍ୟକ ହେବ ନାହିଁ । ମାସ୍କ ପରିଧାନକୁ କିନ୍ତୁ କଡାକଡି ଭାବେ ପାଳନ କରିବେ ଦର୍ଶକ । ରାଜ୍ୟ ସରକାର ଅଗଷ୍ଟ ଅପେକ୍ଷା ସେପ୍ଟେମ୍ବର ମାସରେ କଟକଣା କୋହଳ କରିଛନ୍ତି । ଦୋକାନବଜାର ଖୋଲିବା ସମୟକୁ ବି ବଢାଯାଇଛି । ଏଣିକି ସକାଳ ୫ଟାରୁ ରାତି ୧୦ଟା ଯାଏଁ ଦୋକାନବାଜର ଖୋଲା ରହିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ