୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର , ଉତର-ପଶ୍ଚିମ ଏବଂ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢ଼େଙ୍କାନାଳ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର ଓ ସୁବର୍ଣ୍ଣପୁର ରହିଛି । ଏସବୁ ଜିଲ୍ଲାକୁ ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ