ବାରବାଟୀରେ ଖେଳାଯିବ ଭାରତ-ୱେଷ୍ଟଇଣ୍ଡିଜ ଟି -୨୦ ମ୍ୟାଚ

ଭୁବନେଶ୍ୱର, (ୱାଇଏନ୍‍ଏସ୍‍): ଆସନ୍ତା ୨୦୨୨ ଫେବୃଆରି ୧୫ରେ ବାରବାଟୀରେ ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ଟି -୨୦ ମ୍ୟାଚ ଖେଳାଯିବ । ସୋମବାର ଦିନ ବିସିସିଆଇ ଆପେକ୍ସ କମିଟି ଏନେଇ ଘୋଷଣା କରିଛି ।ଆସନ୍ତାବର୍ଷ ୱେଷ୍ଟଇଣ୍ଡିଜ୍ ଭାରତ ଗସ୍ତରେ ତିନୋଟି ଦିନିକିଆ ଓ ସମାନ ସଂଖ୍ୟକ ଟି-୨୦ ମ୍ୟାଚ୍ ଖେଳିବାକୁ ଆସିବ । ପ୍ରଥମେ ଦିନିକିଆ ସିରିଜ୍ ଖେଳାଯିବ । ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଫେବୃଆରୀ ୬ରେ ଅହମ୍ମଦାବାଦ, ଦ୍ୱିତୀୟ ମ୍ୟାଚ୍ ଜୟପୁରରେ ଫେବୃଆରୀ ୯ ଏବଂ ତୃତୀୟ ଦିନିକିଆ କୋଲକାତାରେ ଫେବୃଆରୀ ୧୨ ତାରିଖରେ ଅନୁଷ୍ଠିତ ହେବ । ଏହା ପରେ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ଫେବୃଆରୀ ୧୫ ତାରିଖରେ କଟକରେ ଖେଳାଯିବ । ଏହା ପରେ ବାକି ଦୁଇଟି ମ୍ୟାଚ୍ ଫେବୃଆରୀ ୧୮ ଓ ୨୦ ତାରିଖରେ ଯଥାକ୍ରମେ ବିଶାଖାପାଟଣା ଓ ଥିରୁବନନ୍ତପୁରମରେ ଖେଳାଯିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ