ଜିଲ୍ଲା ସ୍ତରୀୟ ଫିଟ ଇଣ୍ଡଆ ଫ୍ରିଡମ ରନରେ କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟର ଯୋଗଦାନ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ):ଭାରତ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଇଡଛାପୁର ରଥଦାଣ୍ଡରେ ଅନୁଷ୍ଠିତ ଫିଟ ଇଣ୍ଡିଆ ଫ୍ରିଡମ ରନରେ କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟର ଛାତ୍ରମାନେ ଯୋଗଦେଇଥିଲେ । ଶ୍ରୀବଳଦେବଜୀଉଙ୍କ ମାଉସୀ ମା ମନ୍ଦିର ଠାରୁ ଶ୍ରୀଜୀଉଙ୍କ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ଦୈାଡରେ ଛାତ୍ରମାନେ ଯୋଗଦେଇ କୃତିତ୍ୱ ଅର୍ଜ୍ଜନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହେମନ୍ତ କୁମାର ନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀ, ଅବସରପ୍ରାପ୍ତ ସେନା ଅଧିକାରୀ ଭରତ ଚନ୍ଦ୍ର ଜେନା ଅତିଥି ଭାବେ ଯୋଗଦେଇଥିବା ବେଳେ କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଅଧିକାରୀ ମୃତ୍ୟୁଞ୍ଜୟ ମହାନ୍ତି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ