ଶିମିଳିପାଳ ଅଭୟାରଣ୍ୟରେ ଆଜିଠୁ ବାଘ ଗଣନା

କରଞ୍ଜିଆ, (ଯୁଗାବ୍ଦ ନ୍ୟୁଜ):ଆଜିଠାରୁ ବିଶ୍ୱ ଐତିହ୍ୟ ମାନ୍ୟତା ପ୍ରାପ୍ତ ଶିମିଳିପାଳ ଅଭୟାରଣ୍ୟରେ ଆରମ୍ଭ ହେଉଛି ବାଘ ଗଣନା। ୪ଟି ପର୍ଯ୍ୟାୟରେ ୭ ଦିନ ପର୍ଯ୍ୟନ୍ତ ଚାଲିବ ବାଘ ଗଣନା। ପ୍ରଥମ ପର୍ଯ୍ୟାୟରେ କରଞ୍ଜିଆ ବନଖଣ୍ଡର ୫୫ ଓ ବନ୍ୟପ୍ରାଣୀ ବନଖଣ୍ଡ ଉତ୍ତର ଡିଭିଜନର ୭୦ ଜାଗାରେ ଗଣନା ହେବ। ଏଥିପାଇଁ  ୫ ଶହରୁ ଅଧିକ କ୍ୟାମେରା ନିୟୋଜିତ କରାଯିବ ଏହାସହ ନୂଆ ଟେକ୍ନୋଲୋଜିର ଉପଯୋଗରେ କୋର୍ ଓ ବଫର ଏରିଆ ସହିତ ଶିମିଳିପାଳ ପାଦ ଦେଶରେ ବାଘ ଗଣନା କରାଯିବ। କ୍ୟାମେରାରେ ବାଘର ପାଦଚିହ୍ନ  ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସରକାରୀ ନିୟମ ଅନୁଯାୟୀ ଗଣନା କାର୍ଯ୍ୟ ହେବ ।ଏହାସହ ନୂଆ ଟେକ୍ନୋଲୋଜିର ଉପଯୋଗରେ କୋର୍ ଓ ବଫର ଏରିଆ ସହିତ ଶିମିଳିପାଳ ପାଦ ଦେଶରେ ବାଘ ଗଣନା କରାଯିବ। କ୍ୟାମେରାରେ ବାଘର ପାଦଚିହ୍ନ  ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସରକାରୀ ନିୟମ ଅନୁଯାୟୀ ଗଣନା କାର୍ଯ୍ୟ ହେବ । ପ୍ରାକୃତିକ ସୌନ୍ଦର୍ଯ୍ୟ ପରିପୂର୍ଣ୍ଣ ଶିମିଳିପାଳ ଅଭୟାରଣ୍ୟ ରାଜ୍ୟ ତଥା ଦେଶର ସର୍ବବୃହତ ବିଷୁବ ମଣ୍ଡଳୀୟ ଜଙ୍ଗଲ । ସମୁଦ୍ର ପତ୍ତନଠାରୁ ୧୧୬୫.୬ ମିଟର ଉଚ୍ଚରେ ଅବସ୍ଥିତ ମେଘାସନୀ ପର୍ବତ ଏହାର ଉଚ୍ଚତମ ଶୃଙ୍ଗ । ଏହି ପର୍ବତମାଳାର ସଂକୀର୍ଣ୍ଣ ଉପତ୍ୟକା ମଧ୍ୟ ଦେଇ ବୁଢ଼ାବଳଙ୍ଗ, ଗଙ୍ଗାହାର, ସୋନ, ଦେଓ, ସଞ୍ଜ, ଖଇରୀ ଓ ହଣ୍ଡନ ଇତ୍ୟାତି ନଦୀ ପ୍ରବାହିତ । ଏହିଠାରେ ରାସ୍ନାଜାତୀୟ ପ୍ରଭାବର ଉଦ୍ଭିଦର ପ୍ରଭାବ ଅଧିକ । ଓଡ଼ିଶାରେ ମିଳୁଥିବା ୧୨୮ ପ୍ରକାର ଅର୍କିଡ଼ ମଧ୍ୟରୁ କେବଳ ଶିମିଳିପାଳରେ ୯୮ପ୍ରକାର ମିଳିଥାଏ । ଏହି ଜାଗାରେ ଦୁଇଟି ସ୍ୱତନ୍ତ୍ର ଧରଣର ଅର୍କିଡ଼ ମିଳିଥାଏ ଯାହା ପୃଥିବୀର ଅନ୍ୟକୌଣସିଠାରେ ମିଳେ ନାହିଁ, ଯଥା: ଏରିଆ ମେଘାସିନମ ଓ ବୁଲବୋ ଫାଇଲମ ପାଣିଗ୍ରାହୀନମ । ସେହିପରେ ଗୁଡ଼ୟେରା ଥାଇଲାଣ୍ଡ ପ୍ରଜାତି ଭାରତ ମଧ୍ୟରେ କେବଳ ଶିମିଳିପାଳରେ ମିଳିଥାଏ । ଶିମିଳିପାଳ ଅଭୟାରଣ୍ୟରେ ୧୦୧୫ ଜାତିର ଉଦ୍ଭିଦ, ୧୪୯ ଜାତିର ପ୍ରାଣୀ (୪୬ପ୍ରକାର ସ୍ତନ୍ୟପାୟୀ ପ୍ରାଣୀ, ୬୨ ପ୍ରକାର ପକ୍ଷୀ, ୨୯ ପ୍ରକାର ସରୀସୃପ ଓ ୧୨ ପ୍ରକାର ଉଭୟଚର) ଦେଖାଯାନ୍ତି । ଏଠାରେ ଥିବ ଜୀବମାନଙ୍କ ମଧ୍ୟରେ ବାଘ, କଲରାପତ୍ରିଆ ବାଘ, ଜଙ୍ଗଲ ବିରାଡ଼ି, ବଳିଆ କୁକୁର ଓ ଗଧିଆ ଇତ୍ୟାଦି ମାଂସାଶୀ ଜୀବ ହାତୀ, ଗୟଳ, ସମ୍ବର, କୁଟୁରା, ହରିଣ, ଗୁରାଣ୍ଡି ଇତ୍ୟାଦି ତୃଣଭୋଜୀ ଜୀବ ଓ ବାରହା, ବଜ୍ରକାପ୍ତା, ଝିଙ୍କ, କଇଁଛ, ଅଜଗର ଏବଂ ମଗର ଜାତୀୟ କୁମ୍ଭୀର ରହିଛନ୍ତି । ଶିମିଳିପାଳକୁ ୨୭ ମଇ ୨୦୦୯ରେ ୟୁନେସ୍କୋ ତରଫରୁ ବିଶ୍ୱ ଐତିହ୍ୟ ମାନ୍ୟତା ପ୍ରଦାନ କରାଯାଇଛି ସୂଚନାଯୋଗ୍ୟ,  ମହାମାରୀ କରୋନା ପାଇଁ ଦୀର୍ଘ ଦିନ ବନ୍ଦ ରହିଥିଲା ଶିମିଳିପାଳ ଅଭୟାରଣ୍ୟ। କରୋନାର କୋପ କମିବା ପରେ ନଭେମ୍ବର ୧ ତାରିଖରେ ଅଭୟାରଣ୍ୟ ଖୋଲିଥିଲା। ତେବେ ଲଘୁଚାପ ବର୍ଷା ଯୋଗୁ ଅଭୟାରଣ୍ୟକୁ ପୁଣି ଥରେ ବନ୍ଦ କରି ଦିଆଯାଇଥିଲା।  ବର୍ଷା ଛାଡ଼ିବା ପରେ ପୁଣି ଥରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିଥିଲା । ଚଳିତ ବର୍ଷ ଶିମିଳିପାଳକୁ ପ୍ଲାଷ୍ଟିକମୁକ୍ତ ଘୋଷଣା କରାଯାଇଛି। ପର୍ଯ୍ୟଟକମାନେ କୌଣସି ପ୍ଲାଷ୍ଟିକ ସାମଗ୍ରୀ ନେଇ ଭିତରକୁ ପ୍ରବେଶ କରିପାରିବେ ନାହିଁ । ତା’ ସହିତ ଦହନଶୀଳ ପଦାର୍ଥ ଓ ମାଦକ ଦ୍ରବ୍ୟ ଉପରେ ମଧ୍ୟ ଲଗାଯାଇଛି କଟକଣା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ