ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଶୁଭାରମ୍ଭ

ଭଣ୍ଡାରିପୋଖରୀ, (ଦୁର୍ଯୋଧନ ଲେଙ୍କା):ଭଦ୍ରକ ଜିଲ୍ଲାରେ ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚୁଆଲ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ଭଣ୍ଡାରିପୋଖରୀ ବ୍ଲକ ପ୍ରଶାସନ ପକ୍ଷରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ମଧ୍ୟ ଉଦଘାଟିତ ହୋଇଛି। ବିଡ଼ିଓ ଦେବଦତ୍ତ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ପ୍ରଫୁଲ୍ଲ ସାମଲ ଯୋଗଦେଇ ନବୀନ ପଟ୍ଟନାୟକଙ୍କ ବହୁ ପ୍ରତୀକ୍ଷିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବାବଦରେ ମତ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପଂଚାୟତ ସମିତି ଅଧ୍ୟକ୍ଷା ମଞ୍ଜୁଶ୍ରୀ ବେହେରା, ଜିଲ୍ଲାପରିଷଦ ଉପାଧ୍ୟକ୍ଷା ଜ୍ୟୋସ୍ନାରାଣୀ ମହାନ୍ତି, ତହସିଲଦାର ସରୋଜକାନ୍ତ ନାୟକ, ବ୍ଲକ ଉପାଧ୍ୟକ୍ଷ ସତ୍ୟବ୍ରତ ଦାସ, ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରୀ ଦୀପକ କୁମାର ପାଢୀ, ଥାନା ଅଧିକାରୀ ମୃତ୍ୟୁଞ୍ଜୟ ପ୍ରଧାନ ଏଥିରେ ଯୋଗଦେଇଥିଲେ। ଉଦଘାଟନୀ କାର୍ଯ୍ୟକ୍ରମରେ ବ୍ଲକ ଅଂଚଳର ବହୁ ଏସଏଚଜି ମହିଳା, ଜୀବିକା ମିଶନ କାର୍ଯ୍ୟକର୍ତ୍ତାଙ୍କ ସମେତ ଅନ୍ୟାନ୍ୟ ପଦାଧିକାରୀ ମାନେ ଉପସ୍ଥିତ ଥିଲେ। ଏହାକୁ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ଦାସ, ଯୋଗାଣ ନିରୀକ୍ଷକ ରେବତୀସ ସିଂ ନାୟକ, ଗ୍ରାମ ପଂଚାୟତ ଅଧିକାରୀ ମୀନକେତନ ବାରିକ, ଜୀବିକା ମିଶନ ଅଧିକାରୀ ସୁବ୍ରତ ପଣ୍ଡା, ସୁଧାଂଶୁ ପାଢ଼ୀ ପ୍ରମୁଖ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ