ମକର ସଂକ୍ରାନ୍ତି ଦିନ ଆୟୋଜିତ ହେବ ବିଶ୍ୱବ୍ୟାପୀ ସୂର୍ଯ୍ୟ ନମସ୍କାର

ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ଆୟୁଷ ମନ୍ତ୍ରଣାଳୟ ଜାନୁୟାରୀ ୧୪ତାରିଖ ମକର ସଂକ୍ରାନ୍ତି ଦିନ ବିଶ୍ୱବ୍ୟାପୀ ସୂର୍ଯ୍ୟ ନମସ୍କାର ପ୍ରଦର୍ଶନ ଆୟୋଜନ କରୁଛି । ଏହି ପ୍ରଦର୍ଶନ କାର୍ଯ୍ୟକ୍ରମରେ ୭୫ଲକ୍ଷ ଲୋକ ଯୋଗ ଦେବେ । ଏହି ଦିନ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ । ଉତ୍ତମ ସ୍ୱାସ୍ଥ୍ୟ, ଧନ ଓ ସୁଖମୟ ଜୀବନ ପାଇଁ ପ୍ରକୃତି ମାତାଙ୍କୁ ଏହିଦିନ ଧନ୍ୟବାଦ ଅର୍ପଣ କରାଯାଇଥାଏ । ପ୍ରକୃତିର ସମସ୍ତ ଜୀବନ୍ତ ପଦାର୍ଥ ଏବଂ ପ୍ରାଣୀଜଗତ ଉପରେ ସୂର୍ଯ୍ୟଙ୍କର କିରଣ ପଡି ସେମାନଙ୍କୁ ପ୍ରାଣବନ୍ତ କରୁଥିବାରୁ ସୂର୍ଯ୍ୟ ନମସ୍କାର ମାଧ୍ୟମରେ ସୂର୍ଯ୍ୟଙ୍କୁ କୃତଜ୍ଞତା ପ୍ରକାଶ କରାଯାଏ । ସୂର୍ଯ୍ୟ ସମସ୍ତ ଶକ୍ତିର ମୌଳିକ ଉତ୍ସ ହୋଇଥିବାରୁ ଜଟିଳ ଖାଦ୍ୟ ଶୃଙ୍ଖଳର ପରିଚାଳନା ସହିତ ମନୁଷ୍ୟମାନଙ୍କ ଶରୀର ଓ ମନକୁ ଶକ୍ତି ଯୋଗାଇଥାଏ । ବୈଜ୍ଞାନିିକ ଦୃଷ୍ଟି କୋଣରୁ ଦେଖାଯୋଏ ଯେ ସୂର୍ଯ୍ୟ ନମସ୍କାର ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢାଇଥାଏ । ଗତ ମହାମାରୀ ସମୟରେ ଏହାର ଗୁରୁତ୍ୱ ଉପଲବ୍ଧି କରାଯାଇଥିଲା । ଶରୀରରେ ସୂର୍ଯ୍ୟକିରଣ ପଡିଲେ ଭିଟାମିନ୍ ଡି’ ସୃଷ୍ଟି ହୋଇଥାଏ । ବିଶ୍ୱବ୍ୟାପୀ ସମସ୍ତ ଚିକିତ୍ସା ଶାସ୍ତ୍ର ଓ ପଦ୍ଧତି ଏହାକୁ ସ୍ୱୀକାର କରିଛନ୍ତି । ସାମୂହିକ ଭାବରେ ସୂର୍ଯ୍ୟ ନମସ୍କାର ଦ୍ୱାରା ଏହି ବାର୍ତ୍ତା ବିଶ୍ୱକୁ ଦିଆଯାଉଛି ଯେ ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ଘଟୁଛି । ଆଜିର ବିଶ୍ୱର ତାପମାତ୍ରା ବୃଦ୍ଧି ଦୃଷ୍ଟିରୁ ଦୈନନ୍ଦିନ ଜୀବନରେ ସୌରଶକ୍ତି ବ୍ୟବହାର କରି ବାୟୁମଣ୍ଡଳକୁ ଅଙ୍ଗାରକାମ୍ଳ ଛାଡିବା ପ୍ରକ୍ରିୟା ହ୍ରାସ କରାଯିବା ଉଚିତ । ଅଙ୍ଗାରକାମ୍ଳ ପୃଥିବୀ ପ୍ରତି ବିପଦ ସୃଷ୍ଟି କରିଛି । ମକର ସଂକ୍ରାନ୍ତି ଦିନଟିର ଗୁରୁତ୍ୱ ଆମର ସାଂସ୍କୃତିକ, ପରମ୍ପରା ଏବଂ ଅଧ୍ୟାତ୍ମିକ ଜୀବନରେ ରହିଛି । ସୂର୍ଯ୍ୟ ନମସ୍କାରରେ ୮ଟି ଆସନକୁ ୧୨ଟି ପର୍ଯ୍ୟାୟରେ ସମ୍ପୂର୍ଣ୍ଣ କରାଯାଇଥାଏ । ଏହାଦ୍ୱାରା ଶରୀର ଓ ମନ ମଧ୍ୟରେ ସମନ୍ୱୟ ସ୍ଥାପନ ହୋଇଥାଏ । ଏହାକୁ ପ୍ରତ୍ୟୁଷରୁ ଅଭ୍ୟାସ କରାଯିବା ଉଚିତ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ