ଓଡ଼ିଶା ସିନେ ଜଗତରେ ଏକ ସୁବର୍ଣ୍ଣ ଯୁଗର ସୂର୍ଯ୍ୟାସ୍ତ : ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) : ଓଡ଼ିଶା ସିନେ ଜଗତର ବରିଷ୍ଠ ଅଭିନେତା, ଲୋକପ୍ରିୟ କଳାକାର, ବିଜେପି ନେତା ମିହିର ଦାସଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ବିୟୋଗରେ ଓଡ଼ିଶା ସିନେ ଜଗତରେ ଏକ ସୁବର୍ଣ୍ଣ ଯୁଗର ସୂର୍ଯ୍ୟାସ୍ତ ହେଲା ବୋଲି କହିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ଯେ ଓଡ଼ିଶା ସିନେ ଜଗତର ସୁନାମଧନ୍ୟ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ଜଣେ କଳାକାର ଭାବରେ ନୁହେଁ ବରଂ ତାଙ୍କ ସହ ମୋର ସମ୍ପର୍କ ବଡ଼ ଭାଇ ଭଳି ଥିଲା । ସେ ଆମ ଗହଣରେ ଆଜି ନାହାନ୍ତି, ଏ ଖବରକୁ ମୁଁ ବିଶ୍ୱାସ କରିପାରୁନାହିଁ । ନିଜର ଉତ୍କର୍ଷ ଅଭିନୟ ତଥା ସବୁ ଭୂମିକାରେ ଶ୍ରେଷ୍ଠ ପ୍ରଦର୍ଶନ କରି ସେ କୋଟି କୋଟି ଓଡ଼ିଆ ଦର୍ଶକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।