ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଲକ ଅନ୍ତର୍ଗତ ଦଶିପୁର ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ପାତ୍ର, ସହକାରୀ ଶିକ୍ଷକ ପ୍ରିୟବ୍ରତ ଖାଡଙ୍ଗା ଓ ଶିକ୍ଷୟିତ୍ରୀ ସଲୀଳା କୁମାରୀ ନାୟକ ପ୍ରମୁଖ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ