ପୂର୍ବତନ ସମିତିସଭ୍ୟଙ୍କ ପରଲୋକ

ଗାଙ୍ଗପୁର, (ସନ୍ତୋଷ ବିଶୋଇ) :-ଗାଙ୍ଗପୁର ଥାନା ଅନ୍ତର୍ଗତ ମୁନିଗାଡ଼ି ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରବୀନ୍ଦ୍ରନାଥ ସାହୁଙ୍କର ବ୍ରେନ୍ ଷ୍ଟ୍ରୋକ୍ ହୋଇ ପରଲୋକ ଘଟିଛି I ସୂଚନା ପ୍ରକାରେ ସ୍ଵର୍ଗତ ସାହୁଙ୍କର ହଠାତ୍ ବ୍ରେନ୍ ଷ୍ଟ୍ରୋକ୍ ହେବା ସହ ସେ କୋମାକୁ ଚାଲି ଯାଇଥିଲେ I ଆନ୍ଧ୍ରପ୍ରଦେଶର ଏକ ଘରୋଇ ହସ୍ପିଟାଲରେ ସେ ମଙ୍ଗଳବାର ରାତି ଦଶ ଘଣ୍ଟା ସମୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଥିଲେ I ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ପରିବାର ସଦସ୍ୟ ଉପସ୍ଥିତ ଥିଲେ I ସ୍ଵର୍ଗତ ସାହୁ ଜଣେ ଦକ୍ଷ ରାଜନେତା ଏବଂ ସମାଜସେବୀ ଭାବେ ଅଞ୍ଚଳରେ ବେଶ୍ ପରିଚିତ ଥିବବେଳେ ସେ ମୁନିଗାଡ଼ି ଗ୍ରାମ୍ୟ ପରିଚାଳନା କମିଟିର ସଭାପତି ଏବଂ କାଳଞ୍ଜି ସମାଜର ସଭାପତି ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଥିଲେ I ତାଙ୍କର ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯିବା ସହ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କର ଅନ୍ତିମ ଦର୍ଶନ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ