ରାଇମୋହନଙ୍କ ଅଭିନୟର ସ୍ଥାନ କେହି ନେଇପାରିବେ ନାହିଁ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) : ଓଡ଼ିଶାର ଲୋକପ୍ରିୟ କଳାକାର ତଥା ବରିଷ୍ଠ ସିନେ ଅଭିନେତା ରାଇମୋହନ ପରିଡ଼ାଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟ୍ୱିଟ୍ କରି କହିଛନ୍ତି ଯେ ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଲମ୍ବା ସମୟ ଧରି ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରା ଜଗତରେ ତାଙ୍କର ଜୀବନ୍ତ ଓ ବିରଳ ଅଭିନୟ ତାଙ୍କୁ ଘରେ ଘରେ ପରିଚିତ କରାଇଥିଲା । ଓଡ଼ିଶା ସିନେ ଓ ଯାତ୍ରା ଜଗତରେ ତାଙ୍କ ଭଳି ଜଣେ ପ୍ରତିଭାବାନ ବ୍ୟକ୍ତିଙ୍କ ମୃତ୍ୟୁକୁ ବିଶ୍ୱାସ କରି ହେଉନାହିଁ । ଅଭିନୟ କ୍ଷେତ୍ରରେ ତାଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସ୍ୱତନ୍ତ୍ର ସ୍ଥାନ କେହି ନେଇପାରିବେ ନାହିଁ । କେନ୍ଦ୍ରମନ୍ତ୍ରୀ ପ୍ରଧାନ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ