ଅତିରିକ୍ତ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ରଜନୀକାନ୍ତ ମିଶ୍ର) :-ଆଜି ସ୍ଥାନୀୟ ଥିଆମୂଳ ରାମପୁର ବି ଡି ଓ ଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲ୍ଲାପାଳ ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ୍ ୭୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୪୪ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୩୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୭ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା ।

Spread the love

Leave a Reply

Your email address will not be published.

Advertisement

ଏବେ ଏବେ