ଖୋର୍ଦ୍ଧା ବାଲିପାଟଣାରେ ହର ଘର ତ୍ରିରଙ୍ଗା ଅଭିଯାନ

ଭୁବନେଶ୍ବର,(ଯୁଗାବ୍ଦ ନ୍ୟୁଜ) : ଆଜାଦୀ କା ଅମୃତ ମହୋତ୍ସବ ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣା ଠାରେ ‘ହର ଘର ତିରଙ୍ଗା’ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଭୁବନେଶ୍ବର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ ଏକ ତ୍ରିରଙ୍ଗା ପଦଯାତ୍ରା ଆୟୋଜନ କରାଯାଇଥିଲା । ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ ପଦଯାତ୍ରାରେ ସାମିଲ ହୋଇଥିଲେ । ସ୍ଥାନୀୟ ଜନସାଧାରଣ ମଧ୍ୟ ଏହି ପଦଯାତ୍ରାରେ ଉତ୍ସାହର ସହ ସାମିଲ ହୋଇଥିବା ଦେଖାଯାଇଥିଲା । କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଶ୍ରୀମତୀ ଷଡ଼ଙ୍ଗୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନକ୍ରମେ ସାରା ଦେଶରେ ଆଜି ହର ଘର ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି । ଏହା ସବୁ ଦେଶବାସୀଙ୍କ ପାଇଁ ଏକ ଶୁଭ ଅବସର । ଦେଶର ସ୍ବାଧୀନତା ସଂଗ୍ରାମରେ ପ୍ରାଣବଳୀ ଦେଇଥିବା ସ୍ବାଧୀନତା ସଂଗ୍ରାମୀମାନଙ୍କୁ ସାଂସଦ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ ଏକ ପ୍ରଦର୍ଶନୀ ଆୟୋଜନ କରାଯାଇଥିଲା । ଏଥିରେ ସ୍ବାଧୀନତାର ଅମୃତ ମହୋତ୍ସବ ଏବଂ ସ୍ବାଧୀନତା ସଂଗ୍ରାମର ଅନାଲୋଚିତ ନାୟକଙ୍କ ବିଷୟରେ ବିଭିନ୍ନ ତଥ୍ୟ ପ୍ରଦର୍ଶିତ କରାଯାଇଛି । ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ଅଧିକାରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ