ସାନଖେମୁଣ୍ଡି ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ

ସାନଖେମୁଣ୍ଡି, (ପଦ୍ମଲୋଚନ ପାଣିଗ୍ରାହୀ):ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ ଅବସରରେ ରବିବାର ଦିନ ସାନଖେମୁଣ୍ଡି ବିଜୁଜନତା ଦଳ ପକ୍ଷରୁ ଏକ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ବ୍ଲକ ବିଜେଡି ସଭାପତି ନୀଳମାଧବ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପଦଯାତ୍ରାରେ ସାନଖେମୁଣ୍ଡି ପୂର୍ବତନ ବିଧାୟିକା ଶ୍ରୀମତୀ ନନ୍ଦିନୀ ଦେବୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ ସମ୍ମାନ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ , ଧରାକୋଟ ବ୍ଲକ ଅଧ୍ୟକ୍ଷା ସୁଲକ୍ଷଣୀ ଗୀତାଞ୍ଜଳି ଦେବୀ , ବ୍ଳକ ଅଧ୍ୟକ୍ଷ ସିମାଞ୍ଚଳ ପାତ୍ର , ଉପାଧ୍ୟକ୍ଷା ରିଙ୍କି ନାୟକ , ଆସିକା ସାଂସଦ ପ୍ରତିନିଧି ଅନ୍ତର୍ଯ୍ୟାମୀ ସ୍ବାଇଁ , ରାଜ୍ୟ ସାଧାରଣ ସମ୍ପାଦକ ଯୋଗେନ୍ଦ୍ର ସ୍ବାଇଁ , ଜିଲ୍ଲା ପରିଷଦ ଅମିନ ପ୍ରଧାନ , ବିଜୟ ପ୍ରଧାନ , ପ୍ରତିନିଧି ରାଜୀବ ଲୋଚନ ପାତ୍ର , ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଗୋବିନ୍ଦ ସ୍ବାଇଁ , ସରପଞ୍ଚ ଧୋବା ସ୍ବାଇଁ , ପୂର୍ବତନ ସରପଞ୍ଚ ସହଦେବ ପ୍ରଧାନ, ବିଜୟ କୁମାର ଭୁଁଆ, କୈଳାସ ପାତ୍ର ସୁବାଷ ମହାପାତ୍ର ବିଜୟ ଗୌଡ଼ ସନ୍ତୋଷ କୁମାର ବିଷୋୟୀ ସମେତ ବହୁ ଦଳୀୟ କର୍ମୀମାନେ ଏକତ୍ରିତ ହୋଇ ପାଟପୁର ଛକଠାରେ ରହିଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ମହାନଳା ଗ୍ରାମ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବାହାରି ଗ୍ରାମ ପରିକ୍ରମା କରିଥିଲେ । ଏପରିକି ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ ପ୍ରଶଂସା କରାଯିବା ସହ ପ୍ରତ୍ୟେକ ପଞ୍ଚାୟତରେ ହିତାଧିକାରୀମାନେ ଯେପରି ସରକାର ସମସ୍ତ ଯୋଜନାରୁ ଯେପରି ବଞ୍ଚିତ ନ ହୋଇପାରିବେ ତାହା ବିଶେଷ ଆଲୋକପାତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ସମସ୍ତ ଜନ ପ୍ରତିନିଧି ସମେତ ବହୁ ଦଳୀୟ କର୍ମୀମାନେ ଉପସ୍ଥିତ ରହି ସହଯୋଗ ପ୍ରଦାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ