ଗଜପତି ବିଜେଡି କାର୍ଯ୍ୟାଳୟରେ ନବ ଦାସଙ୍କ ସ୍ମୃତିରେ ଶୋକ ସଭା
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ସ୍ବର୍ଗତ ମନ୍ତ୍ରୀ ନବ ଦାସଙ୍କ ନିଧନରେ ଏକ ଶୋକ ସଭାର ଆୟୋଜନ ହୋଇଯାଇଛି. ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକଙ୍କ ସଭାପତିତ୍ବରେ ଆୟୋଜିତ ଏହି ଶୋକ ସଭାରେ ଗଜପତି ଜିଲ୍ଲା ପରିଷଦ ଅଧକ୍ଷ ଜି. ତିରୁପତି ରାଓ, ଜିଲ୍ଲା ବିଜେଡି ଯୁବ ସଭାପତି ଏସ. ଲିଙ୍ଗରାଜ, ବରିଷ୍ଠ ବିଜେଡି ନେତା ଲକ୍ଷ୍ମୀ କାନ୍ତ ପରିଚ୍ଛା, ମଣ୍ଟୁ ଦାସ, ଜମାଦାର ପଟ୍ଟନାୟକ ପ୍ରମୁଖଙ୍କ ସହ ବହୁ ବିଜେଡି ନେତା ଓ କର୍ମୀ ଯୋଗ ଦେଇ ସ୍ବର୍ଗତ ନବ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସ୍ବର୍ଗତ ଆତ୍ମାର ସଦଗତି କାମନା କରିଛନ୍ତି.