ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଆଜି ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ | ବିକ୍ରମ ଆରୁଖ ନିଜ ଇସ୍ତଫାକୁ ନେଇ କହିଛନ୍ତି ଯେ ସେ ବ୍ୟକ୍ତିଗତ କାରଣ ପାଇଁ ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି | ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଥିବା ଘୋଷଣା କରିଛନ୍ତି | ମାତ୍ର ବର୍ଷକ ପାଇଁ ଏହି ପଦରେ ରହିବା ପରେ ସେ ନିଜର ଇସ୍ତଫା ପତ୍ର ଉପବାଚସ୍ପତିଙ୍କ ପାଖକୁ ପଠାଇଥିବା କହିଛନ୍ତି | ବାଚସ୍ପତି ଭାବେ ମୁଁ ନିଷ୍ଠାର ସହିତ କାର୍ଯ୍ୟକରିବାକୁ ଚେଷ୍ଟା କରିଛି। ଆଗକୁ ମଧ୍ୟ ରାଜନୈତିକ ଜୀବନ କ୍ଷେତ୍ର ରେ ନିଷ୍ଠାର ସହ କାମ କରିବି ବୋଲି ଶ୍ରୀ ଆରୁଖ ସାମ୍ବାଦିକମାନଙ୍କୁ କହିଛନ୍ତି। ସାମ୍ବାଦିକ ସମ୍ମିଳନୀ ରେ ଶ୍ରୀ ଆରୁଖ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ମୋତେ ଯେଉଁ କାର୍ଯ୍ୟ ଦେବେ ତାହା ମୁ ଆନ୍ତରିକତା ସହ ସେ ଦାୟିତ୍ୱକୁ ତୁଲାଇବି ଓ ଦଳରେ ବା ସରକାର ରେ ଯେଉଁ କାର୍ଯ୍ୟ ଦେବେ ତାହା ମଧ୍ୟ ତୁଲାଇବା ପାଇଁ ଚେଷ୍ଟା ଜାରି ରଖିବି |

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ