ରାଜ୍ୟ ସ୍ତରୀୟ ମହୋତ୍ସବରେ ସମାଜସେବୀ ସୁଶାନ୍ତଙ୍କୁ ଶ୍ରୀକ୍ଷେତ୍ର ରତ୍ନ ସମ୍ମାନ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ସଂଗୀତ ମୂର୍ଛନା ଓ ଓଡିଶା ସଂସ୍କୃତି ଏକାଡେମୀ, କେନ୍ଦ୍ରାପଡା ପକ୍ଷରୁ ଆୟୋଜିତ ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ମହୋତ୍ସବରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ସମାଜସେବୀ ସୁଶାନ୍ତ କୁମାର ଦାଶଙ୍କୁ ଶ୍ରୀକ୍ଷେତ୍ର ରତ୍ନ ସମ୍ମାନ – ୨୦୨୩ ରେ ସମ୍ମାନିତ କରାଯାଇଛି । ଏହି ଉପଲକ୍ଷେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ସଂଗୀତ ନିର୍ଦେଶକ ଦିନେଶ ମଲ୍ଲିକଙ୍କ ସଭାପତିତ୍ୱରେ ପୁରୀ ଜିଲ୍ଲା ସଂସ୍କୃତି ଭବନରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ମୁଖ୍ୟବକ୍ତା ଭାବେ ଶଙ୍କର୍ଷଣ ପରିଡା, ସମ୍ମାନୀତ ଅତିଥି ଭାବେ ଡଃ. ପ୍ରସନ୍ନ କୁମାର ପାଟ୍ଟଶାଣୀ, ବିଡିଓ ପ୍ରଦୀପ କୁମାର ସେଠୀ, ଗୁରୁ ପ୍ରଦୀପ କୁମାର ଦାସ, ବିଶିଷ୍ଟ ଅତିଥି ଭାବେ ପୂର୍ବତନ କୁଳପତି ହରେକୃଷ୍ଣ ଶତପଥୀ ପ୍ରମୁଖ ଯୋଗଦେଇ ସମାଜସେବା କ୍ଷେତ୍ରରେ ବିଶେଷ ଅବଦାନ ନିମନ୍ତେ ସମାଜସେବୀ ସୁଶାନ୍ତ କୁମାର ଦାଶଙ୍କୁ ପୁଷ୍ପଗୁଛ, ଉତ୍ତରୀୟ ଓ ମାନପତ୍ର ପ୍ରଦାନ ପୂର୍ବକ ଶ୍ରୀକ୍ଷେତ୍ର ରତ୍ନ ସମ୍ମାନ – ୨୦୨୩୨ରେ ସମ୍ବର୍ଦ୍ଧିତ କରିଥିଲେ । ଅନୁଷ୍ଠାନର ପ୍ରତିଷ୍ଠାତା ଓ ନିର୍ଦେଶକ ବସନ୍ତ କୁମାର ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶେଷରେ ସୁବାଷ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ