ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ଭୁବନେଶ୍ୱର: ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଛତିଶଗଡ଼ର  ଗୃହମନ୍ତ୍ରୀ ତାମ୍ରଧ୍ୱଜ ସାହୁ ।  ଛତିଶଗଡ଼ରେ ଅନୁଷ୍ଠିତ ହେବାକୁ ଥିବା ଆଦିବାସୀ ମହୋତ୍ସବରେ ଯୋଗଦେବାକୁ ଶ୍ରୀ ସାହୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ଦେଇଛନ୍ତି ।  ଆସନ୍ତା ୨୭ ତାରିଖରୁ ଛତିଶଗଡ଼ରେ ୩ ଦିନିଆ ଜାତୀୟ ଆଦିବାସୀ ମହୋତ୍ସବ ଅନୁଷ୍ଠିତ ହେବ । ଏଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଯୋଗଦେବା ନିମନ୍ତେ ଶ୍ରୀ ସାହୁ ଅନୁରୋଧ କରିଛନ୍ତି । ଏହି ଅବସରରେ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଲାଗିରହିଥିବା ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଛତିଶଗଡ଼ର  ଗୃହମନ୍ତ୍ରୀ ତାମ୍ରଧ୍ୱଜ ସାହୁ ନିଜ ପ୍ରତିକ୍ରିୟା ରଖିଛନ୍ତି । ୨ ରାଜ୍ୟର ହିତ ପାଇଁ ଆଲୋଚନା ମାଧ୍ୟମରେ ଏହି ସମସ୍ୟାର ସମାଧାନ କରାଯିବ ବୋଲି ସେ କହିଛନ୍ତି । 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ