ବାଲିଆ ସରସ୍ୱତୀ ଶିଶୁମନ୍ଦିରରେ ଗୁରୁଦିବସ ପାଳିତ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାଲିଆ ସରସ୍ୱତୀ ଶିଶୁ ମନ୍ଦିର ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଶିଶୁ ମନ୍ଦିର ପରିଚାଳନା ସମିତିର ସଭାପତି ପ୍ରମୋଦ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ସମ୍ପାଦକ ରାଜଗୋପାଳ ମହାନ୍ତି ଓ ମୁଖ୍ୟଅତିଥି ଭାବେ ବରିଷ୍ଠ ସଭ୍ୟ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦେବକୀନନ୍ଦନ ମିଶ୍ର, ପଣ୍ଡିତ ବିଜୟ କୁମାର ମିଶ୍ର, ଅବସରପ୍ରାପ୍ତ ଶିକ୍ଷକ ନାରାୟଣ ସ୍ୱାଇଁ, ଶିଶୁ ମନ୍ଦିର ପ୍ରଧାନ ଆଚାର୍ଯ୍ୟ ବିଭୂତିରଞ୍ଜନ ରାଉତଙ୍କ ସମେତ ସମସ୍ତ ଗୁରୁଜୀ ଓ ଗୁରୁମା ମାନେ ଉପସ୍ଥିତ ଥିଲେ । ପ୍ରଥମେ ଛାତ୍ରଛାତ୍ରୀମାନେ ମୁଖ୍ୟ ଅତିଥି ଶ୍ରୀ ମିଶ୍ରଙ୍କ ପଦ ସୈାଚକରି ନୂତନ ବସ୍ତ୍ର ପରିଧାନ ପୂର୍ବକ ପୂଜାର୍ଚ୍ଚନା ମାଧ୍ୟମରେ ସମ୍ବର୍ଦ୍ଧିତ କରିଥିଲେ । ଏହାପରେ ସମସ୍ତ ଅତିଥି, ସମସ୍ତ ଗୁରୁଜୀ ଓ ଗୁରୁମାମାନଙ୍କୁ ଗୁରୁପୂଜା ମାଧ୍ୟମରେ ସମ୍ବର୍ଦ୍ଧିତ କରିଥିଲେ । ଅତିଥିମାନେ ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଉଦେଶ୍ୟରେ ଅଭିଭାଷଣ ରଖିଥିଲେ । ଛାତ୍ରଛାତ୍ରୀମାନେ ମଧ୍ୟ ଗୁରୁ ଦିବସ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଶେଷରେ ଧନ୍ୟବାଦ ଅର୍ପଣ ପୂର୍ବକ ଉତ୍ସବର ପରିସମାପ୍ତି କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ