ପ୍ରାକ୍ତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଦୁଇ ବ୍ଳକରେ ଶୋକସଭା

ପୋଲସରା/ବୁଗୁଡା, (ଅନିଲ କୁମାର ମହାରଣା):ପୋଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୋଲସରା ବ୍ଲକ ଓ ଏନଏସି ଏବଂ ବୁଗୁଡା ବ୍ଲକ ଓ ଏନଏସି ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟ ବିଧାନସଭାର ପ୍ରାକ୍ତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ପୋଲସରା ବ୍ଲକ ଓ ଏନଏସି ବିଜୁ ଜନତା ଦଳ ପକ୍ଷରୁ ପୋଲସରା ଏନଏସି ମାତୃଶକ୍ତି କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ଶୋକ ସଭାରେ ପୋଲସରା ବିଧାୟକ ତଥା ପୂର୍ବତନ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ଦିବଙ୍ଗତ ଶ୍ରୀ ପାତ୍ରଙ୍କ ସ୍ମୃତି ଚାରଣ କରି ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ। ସ୍ମୃତି ଚାରଣ ସଭାରେ ବ୍ଳକ ଅଧ୍ୟକ୍ଷା କଳ୍ପନା ପ୍ରଧାନ, ଏନଏସି ଅଧ୍ଯକ୍ଷା ସଙ୍ଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ନଗର ବିଜେଡି ସଭାନେତ୍ରୀ କନକ ରାଉତ, ଜିଲ୍ଲା ଉପସଭାନେତ୍ରୀ କବିତା ସାହୁ, ବ୍ଳକ ସଭାପତି ସୁରେନ୍ଦ୍ରନାଥ ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ, ରାଜେନ୍ଦ୍ର କୁମାର ପ୍ରଧାନ, ବିଧାୟକ ପ୍ରତିନିଧି ସୁକାନ୍ତ ଭୂୟାଁ, ସାଂସଦ ପ୍ରତିନିଧି ପ୍ରତାପ ପ୍ରଧାନ, ପ୍ରଶାନ୍ତ ଦାସ ସମେତ ବ୍ଳକ ଓ ଏନଏସି ନିର୍ବାଚିତ ପ୍ରତିନିଧିମାନେ ଯୋଗଦେଇଥିଲେ। ସେହିପରି ବୁଗୁଡା ଏନଏସି ସ୍ଥିତ ଶ୍ରୀ ବିରଞ୍ଚି ନାରାୟଣ କଲ୍ଯାଣୀ ମଣ୍ଡପ ଠାରେ ବୁଗୁଡା ବ୍ଲକ ଓ ଏନଏସି ବିଜୁ ଜନତା ଦଳ ପକ୍ଷରୁ ସ୍ବର୍ଗତ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା। ବ୍ଲକ ବିଜେଡି ସଭାପତି ମଦନ ଗୋପାଳ ଦୋରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଏନ୍ଏସି ଅଧ୍ଯକ୍ଷ ଚିତ୍ରସେନ ପ୍ରଧାନ , ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ , ନଗର ବିଜେଡି ସଭାପତି କେ.ତ୍ରିଲୋଚନ ଦୋରା , ଜିଲ୍ଲା ସାଧାରଣ ସମ୍ପାଦକ ସୁଧାଂଶୁ ଶେଖର ପାଢ଼ୀ , ସାଂସଦ ପ୍ରତିନିଧି ବସନ୍ତ ଦଳେଇ ଓ କବିରାଜ ଗୌଡ଼, ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି କେ.ନୀଳମାଧବ ଆଚାରୀ, ଜିଲ୍ଲା ପରିଷଦ ସଭ୍ୟ ଗଙ୍ଗାପାଣି ଜେନା, ଜିତେନ୍ଦ୍ର କୁମାର ନାୟକ, କିଶୋର ଚନ୍ଦ୍ର ବେହ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ