ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଲୁମିନି, ଅଭିଭାବକ ଓ ପରିଚାଳନା କମିଟିକୁ ନେଇ ସମ୍ମିଳନୀ

ଛତ୍ରପୁର, (ଦେବଦତ୍ତ ମହାରଣା):ସ୍ଥାନୀୟ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଲୁମିନି, ଅଭିଭାବକ ଓ ପରିଚାଳନା କମିଟିକୁ ନେଇ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୁଚିତ୍ରା ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମ୍ମିଳନୀ ରେ ଅତିଥି ଭାବେ ଛତ୍ରପୁର ବ୍ଲକ ଶିକ୍ଷାଧିକାରୀ ସିତାରାମ ପାତ୍ର, ବିଦ୍ୟାଳୟ ପରିଚାଳନା କମିଟିର ଉପସଭାପତି ସୁମତି ପଣ୍ଡା, ଆଲୁମିନି ଅରୁଣ କୁମାର ଶତପଥି ପ୍ରମୁଖ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଯୋଜନା ମାଧ୍ୟମରେ ଉତ୍ତମ ବିଦ୍ୟାର୍ଥୀ ମାନଙ୍କୁ ପୁରଷ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଉତ୍ତମ ଆଲୁମିନି, ଉତ୍ତମ ପ୍ରଧାନ ଶିକ୍ଷକ, ଉତ୍ତମ ବିଦ୍ୟାଳୟ ପରିଚାଳନା କମିଟିକୁ ପୁରଷ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଆଲୋଚନା ହୋଇଥିଲା । ସେହିପରି ଦଶମ ଶ୍ରେଣୀରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟ ପୁରଷ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଅତିଥି ମାନେ କହିଥିଲେ । ଏହି ଅବସରରେ ବିଦ୍ୟାଳୟ ରେ ବିଜ୍ଞାନ ଲାବ୍ରୋଟାରୀ ଓ ଅଟୋମେଟିଭ ଲାବ୍ରୋଟାରୀ ପ୍ରଦର୍ଶନ କରାଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ, ବହୁ ଅଭିଭାବକ ଓ ବହୁ ଆଲୁମିନି ମାନେ ଉପସ୍ଥିତ ଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଶିକ୍ଷକ ଜଗଦୀଶ ଚନ୍ଦ୍ର ପଲାଇ ପରିଚାଳନା କରିଥିବା ବେଳେ ବରିଷ୍ଠ ଶିକ୍ଷକ ବାଉରୀ ବନ୍ଧୁ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ