ଆଜି ରବିବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…
ମେଷ :-ଆଜି ପାରିବାରିକ ଜୀବନ ସୁଖମୟ ହେବ ଅଟକି ରହିଥିବା କାମକୁ ସାହାଯ୍ୟ ଓ ସମର୍ଥନ ପାଇ ପୂର୍ଣ୍ଣାଙ୍ଗ କରିବେ।ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ପାଇବା ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ।ପ୍ରତିକାର-ଗାୟତ୍ରୀ ମନ୍ତ୍ରକୁ ୨୭ଥର ଜପ କରନ୍ତୁ ।
ବୃଷ :-ଆଜି ପାରିବାରିକ ସମସ୍ୟାକୁ ନେଇ ମାନସିକ ଅସ୍ଥିରତା ଦେଖା ଦେବ ଏଣୁ ଯଗିରଖି ଭାବିଚିନ୍ତି କାର୍ଯ୍ୟ କରନ୍ତୁ ।ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା କ୍ଷେତ୍ରରେ ପଛରେ ଆଶାନୁରୂପ ସଫଳତା ପାଇବେ ନାହିଁ।ପ୍ରତିକାର-ଦରିଦ୍ର ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ପ୍ରଦାନ କରନ୍ତୁ।
ମିଥୁନ :-ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ ଆର୍ଥିକ ସମସ୍ୟାର ଦୂର ହେବ। ଆଜି ପାରିବାରିକ ଜୀବନ ସୁଖମୟ ହେବ ସୁସ୍ୱାଦୁ ଭୋଜନ ମିଳିବ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଯାତ୍ରାରେ ଶୁଭ ଫଳ ମିଳିବ ।ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପ୍ରତିକାର- କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ।
କର୍କଟ :-ଆଜି ଆପଣ ଧନ ମାନ ସମ୍ମାନ ପ୍ରତିଷ୍ଠା ପ୍ରାପ୍ତି ସହିତ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ ପିତା ମାତାଙ୍କ ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେବ।ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ବନ୍ଧୁ ଦର୍ଶନର ସୁଯୋଗ ଅଛି। ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।
ସିଂହ :-ଆଜି ବିଳମ୍ବରେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ପୂର୍ବରୁ ଭାବିଥିବା ସମସ୍ତ କାର୍ଯ୍ୟ ସାଧିତ ହେବ।ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।ସାହିତ୍ୟ, ସଙ୍ଗୀତ,ରାଜନୀତି,ବ୍ୟବସାୟ ପରିବହନରେ ଆଶାନୁରୂପ ଲାଭବାନ ହେବେ ପ୍ରତିକାର- ଗୁଡ଼ ପାଣିରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ ।
କନ୍ୟା :-ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ଶେଷରେ ଅନୁତାପ କରି ନିଜକୁ ଦୋଷୀ ମନେକରି ଦୁଃଖିତ ହେବେ। କୌଣସି ସତ୍ସଙ୍ଗ ଓ ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ସମ୍ମାନିତ ହେବେ।ମହିଳାମାନେ ଗୃହକାର୍ଯ୍ୟ କରି ପ୍ରଶଂସିତ ହେବେ ଅପରାହ୍ନରେ କୌଣସି ସୌଖିନ ଆସବାବପତ୍ର ଆଣି ପାଇଁ ବଜାରରୁ ଯାଇପାରନ୍ତି ପ୍ରତିକାର-ସାତଟି ପାନ ପତ୍ର ଗଣେଶଙ୍କୁ ଚଳାନ୍ତୁ।
ତୁଳା :-ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ ମହିଳାମାନେ ଆନନ୍ଦ ଉଲ୍ଲାସରେ ଦିନଟିକୁ କାଟିବେ।ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ପାଠପଢ଼ା ପ୍ରତି ମନୋନିବେଶ କରି ଲିଖିତ ମୌଖିକ ପରୀକ୍ଷାରେ କୃତକାର୍ଯ୍ୟ ହେବେ ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ ।
ବିଛା :-ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ ଯେକୌଣସିମତେ ଅର୍ଥ ରୋଜଗାରର ହେବ।ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନ ଶୁଭ ପ୍ରଦ ହେବ ଆୟ ବୃଦ୍ଧି ଘଟିବାରୁ ମନ ପ୍ରଫୁଲିତ ରହିବ କ୍ରୀଡା କ୍ଷେତ୍ରରେ ନିଜର ଦକ୍ଷତା ଯୋଗ୍ୟତା ପ୍ରତିପାଦନ କରି ସମ୍ମାନିତ ହେବେ । ପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।
ଧନୁ :-ଆଜି ଦେବ ଦର୍ଶନ କରିବା ପାଇଁ ଦୂର ଯାତ୍ରା କରିପାରନ୍ତି ମନ ପ୍ରଫୁଲିତ ରହିବ ସୁସ୍ୱାଦୁ ଭୋଜନ ମିଳିବ।ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ
ବକେୟା ଅର୍ଥ ହସ୍ତଗତ ହେବ ନୂତନ ଯୋଜନା ପାଇଁ ନିଜକୁ ପ୍ରସ୍ତୁତ କରିବେ
କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବାକୁ ପଡିପାରେ ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ।ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ।
ମକର :-ଆଜି ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ ବକେୟା ଦରମା ହସ୍ତଗତ ହେବ ଯାହା ଫଳରେ ମନ ପ୍ରଫୁଲିତ ରହିବ କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି ପୁରାତନ ରୋଗର ଉପସମ ହେବ।ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ। ପ୍ରତିକାର-ମା କାଳୀଙ୍କ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ।
କୁମ୍ଭ :-ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ କୌଣସି ଜମି ଜମା ସଂକ୍ରାନ୍ତିୟ ଘଟଣା ପାଇଁ ବାଦ ବିବାଦ ଦେଖା
ଦେଇପାରେ। କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ ଅପରାହ୍ନରେ କୌଣସି ଶୁଭ ସମାଚାର ଶୁଣି ମନ ପ୍ରଫୁଲିତ ରହିବ ପ୍ରତିକାର-ଅଶ୍ବତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀର କଳାରାଶି ମିଶାଇ ଢାଳନ୍ତୁ ।
ମୀନ :-ଆଜି ଦିନଟି ଆପଣଙ୍କ ପାଇଁ ଲାଭ ପ୍ରଦ ହେବ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ନୂତନ ନିଯୁକ୍ତି ପାଇବାର ସମ୍ଭାବନା ରହିଛି ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ।