ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପତ୍ନୀ ବିୟୋଗ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ପଞ୍ଚାୟତ ସମିତିର ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତ ହରମୋହନ ପତିଙ୍କ ଧର୍ମପତ୍ନୀ ପ୍ରେମଲତା ପତିଙ୍କର ୮୨ବର୍ଷ ବୟସରେ ବାର୍ଦ୍ଧକ୍ୟ ଜନିତ ରୋଗରେ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଭାଗବତପୁର ପଞ୍ଚାୟତର ବାଲିଆ ସିଙ୍ଗିରି ଗ୍ରାମରେ ପରଲୋକ ହୋଇଯାଇଛି । ଗତ କିଛିଦିନ ଧରି ସେ ଅସୁସ୍ଥ ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ତାଙ୍କର ୬ଟି ମାନସିକ ବିକାଗସ୍ତ ଝିଅ ଅଛନ୍ତି । ଗ୍ରାମ୍ୟ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ପୁତୁରା ନିରଞ୍ଜନ ପତି ମୁଖାଗ୍ନି ଦେଇଥିଲେ । ସ୍ୱର୍ଗତ ହରମୋହନ ପତି ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଅନୁଗାମୀ ତଥା ଜଣେ ନିସ୍ୱାର୍ଥପର ଜନସେବକ ଭାବେ ସାଧାରଣରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ତାଙ୍କର ପରିବାର ଅତ୍ୟନ୍ତ ଦୟନୀୟ ଅବସ୍ଥାରେ କାଳାତିପାତ କରୁଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ