ବ୍ଲକ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଯୋଜନା ବୈଠକ
ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ବ୍ଲକ ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଯୋଜନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏବିଡିଓ ନିଶିକାନ୍ତ ଖୁଣ୍ଟିଆ, ସେକ୍ସନ ଅଫିସର ଅନୱାର ହୋସେନ ଖାନ୍, ଭାରାପ୍ରାପ୍ତ ଜିପିଇଓ ନିଶାକର ଖୁଣ୍ଟିଆ, ବ୍ଲକ କୃଷି ଅଧିକାରୀ ଅନିରୁଦ୍ଧ ବେହେରା ଯୋଗ ଦେଇ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ବ୍ଲକ ସ୍ତରୀୟ ଯୋଜନା ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିବା ସହିତ ଏଥିନେଇ ତାଲିମ ପ୍ରଦାନ କରିଥିଲେ । ଏଥିରେ ୨୫ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟଙ୍କ ସମେତ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ ।