ଆଜି ରବିବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ :-ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ଦୂର ହୋଇଯିବ ପାରିବାରିକ ଜୀବନ ସୁଖ ପ୍ରଦ ହେବ କର୍ମ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ।ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ହାସଲ କରିବେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ପ୍ରତିକାର-ରକ୍ତ ଚନ୍ଦନର ଟିକା ମଥାରେ ଲଗାନ୍ତୁ ।

ବୃଷ :-ଆଜି ଆର୍ଥିକ ଅଭିବୃଦ୍ଧି ଘଟିବ କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯାଗ ରହିଛି କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି।ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ‌।ପ୍ରତିକାର-ମହାଦେବଙ୍କୁ ଦର୍ଶନ କରନ୍ତୁ ଓ କିଛି କଞ୍ଚା କ୍ଷୀରରେ କଳାରାଶି ମିଶାଇ ଶିବଙ୍କ ପାଖରେ ଅର୍ପଣ କରନ୍ତୁ।

ମିଥୁନ :-ଆଜି ଆପଣଙ୍କର ଦିନ ସୁଖମୟ ହେବ ‌ ଶତୃମାନେ ପରାଜିତ ହେବେ ବହୁ ପ୍ରତିକ୍ଷୀତ ଶୁଭ ସମାଚାର ମିଳିବ ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ ‌ଏଣୁ ସତର୍କତା ଅବଲମ୍ବନ କରନ୍ତୁ ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ପ୍ରତିକାର- ଓଁ ଗମ ଗଣପତୟେ ନମଃ ଏହି ମନ୍ତ୍ର କୁ ୨୭ଥର ଜପ କରନ୍ତୁ।

କର୍କଟ :-ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେ ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ।କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି।ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।ପ୍ରତିକାର-କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ :-ଆଜି ମନ ଅସ୍ଥିର ରହିବ କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍‌ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି।ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ।ଚଳିତ୍ର, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।

କନ୍ୟା :-ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୌଶଳ ପ୍ରୟୋଗ କରି କାମ ହାସଲ କରିବେ।ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ମନ ଭାରାକ୍ରାନ୍ତ ହେବ ।ପ୍ରତିକାର-ସାତଟି ଦୁବ,ସାତଟି ପାନ ପତ୍ର ଗଣେଶଙ୍କୁ ଚଢାନ୍ତୁ।

ତୁଳା :-ଆଜିର ଦିନ ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଅନୁକୂଳ ରହିବ ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।ପିଲାମାନଙ୍କର ଉନ୍ନତି ଦେଖି ମନ ପ୍ରଫୁଲିତ ରହିବ‌ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦେଇ ନିଜର ଦକ୍ଷତା ପ୍ରତିପାଦନ କରି ସମ୍ମାନିତ ହେବେ ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ ।

ବିଛା :-ଆଜି ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଦେଖି ଅସନ୍ତୋଷ ହେବେ ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦେଖାଦେଇପାରେ।କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ।ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ ଅର୍ଥ ହସ୍ତଗତ ହେବପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ।

ଧନୁ :-କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି ସମ୍ମାନିତ ହେବେ।କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ‌। ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ।

ମକର :-ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବ ଅଗ୍ନି ଜଳ ଓ ବିଦ୍ୟୁତ୍‌ ପ୍ରତି ସାବଧାନ ରହିବା ଭଲ।କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ମିଳିବ।ପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।

କୁମ୍ଭ :-ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ।ବ୍ୟବସାୟ ବାଣିଜ୍ୟରେ ପରିବହନ କ୍ଷେତ୍ରରେ ସଫଳତା ହାସଲ କରିବେ ଆୟ ବୃଦ୍ଧି ପାଇବ ପିତା ମାତାଙ୍କ ସ୍ଵାସ୍ଥ୍ୟଗତ ସମସ୍ୟା ନେଇ ଚିନ୍ତିତ ରହିବେ ଚିକିତ୍ସା ପାଇଁ ଚିକିତ୍ସକଙ୍କ ପରାମର୍ଶ ନେବେ ପ୍ରତିକାର-ମା କାଳୀଙ୍କୁ ଦର୍ଶନ କରନ୍ତୁ ମା କାଳୀଙ୍କୁ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ।

ମୀନ :-ଆଜି ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ ଶତ୍ରୁମାନେ ପରାଜିତ ହେବେ ବିଚାର ଧୀନ ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯାଗ ରହିଛି।ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେବ। ଯଜନ ଯାଜନ ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରେ ସଫଳତା ହାସଲ କରିବେ।ପ୍ରତିକାର- ଓଁ ନମଃ ଭଗବତେ ବାସୁଦେବାୟ ଏହି ମନ୍ତ୍ରରେ ୨୭ଟି ତୁଳସୀ ମଞ୍ଜରୀ ନାରାୟଣଙ୍କୁ ଚଢାନ୍ତୁ ‌।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ