ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ସମୀକ୍ଷା ବୈଠକ

ବନ୍ତ, (ଚାନ୍ଦିନୀ ମହାନ୍ତି):ରବିବାର ବନ୍ତ ବ୍ଲକ ସମ୍ମିଳନୀ କକ୍ଷରେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ୍ତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ବୈଠକରେ ଅତିରିକ୍ତ ଉନ୍ନୟନ ଅଧିକାରୀ ଦେବେନ୍ଦ୍ର ପାଣ୍ଡବ, ପ୍ରହଲ୍ଲାଦ ରଣା, ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡେଇ, ବିଡିଓ ପ୍ରଦୀପ କୁମାର ସେଠୀ, ଏବିଡିଓ ନିଶିକାନ୍ତ ଖୁଣ୍ଟିଆ, ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଶ୍ରଦ୍ଧାସୁମନ ନାଥ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀ ଗ୍ରାମୀଣ ଗୃହ ଯୋଜନାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ପ୍ରତ୍ୟେକ ହିତାଧିକାରୀମାନଙ୍କୁ ଭେଟି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ବ୍ଲକ୍‌ରେ ପ୍ରତିଦିନ ରିପୋର୍ଟ ଦେବାକୁ ପରାମର୍ଶ ଦେଇଥିଲେ । ଏଥିସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ବୈଠକରେ ସମସ୍ତ କନିଷ୍ଠଯନ୍ତ୍ରୀ, ବିଭାଗୀୟ ଅଧିକାରୀ, ପିଇଓ, ଜିଆର୍‌ଏସ୍ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ