ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଲାଇଲାଇ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଲାଇଲାଇ ସମେତ ଗଣ୍ଡାହାତୀ, ଏସ୍.କରଡ଼ାସିଂ ଓ ଲକ୍ଷ୍ମୀପୁର ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୨୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୦ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୯୩ ଓ ୩୨ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଦୁଇ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଦଶ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା, ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚ୍ୟାୟତ ୮୦ ଜଣ ହିତଧିକାରୀଙ୍କୁ ଜଙ୍ଗଳ ଜମି ପଟ୍ଟା ବଣ୍ଟନ କରାଯାଇଥିଲା।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧିର କୁମାର ସିଂ, ତହସିଲଦାର ଶ୍ରୀମତୀ ଲୀଳାବତୀ ଆଚାର୍ଯ୍ୟ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ