ଯଶୋଦା ଫାଉଣ୍ଡେସନ ପକ୍ଷରୁ ଅସହାୟ ବୃଦ୍ଧ ବୃଦ୍ଧାଙ୍କୁ ଶୀତବସ୍ତ୍ର ବଣ୍ଟନ
ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ) : ଛତ୍ରପୁରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଯଶୋଦା ଫାଉଣ୍ଡେସନ୍ ପକ୍ଷରୁ ତଡ଼େପଲ୍ଲୀ ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ ବ୍ଲକ ଅନ୍ତର୍ଗତ ଭିକାରିପଲ୍ଲୀ ର ଅସହାୟ ବୃଦ୍ଧ ବୃଦ୍ଧା ମାନଙ୍କୁ ଶୀତ ବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଫାଉଣ୍ଡେସନ୍ ର ଟ୍ରଷ୍ଟି ସାଗରିକା ପଣ୍ଡାଙ୍କ ପୌରହିତରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୂରୀ, ସାହିତ୍ୟିକ ନିରଞ୍ଜନ ତ୍ରିପାଠୀ, ସ୍ୱାଭିମାନ ସ୍ବେଛାସେବୀ ସଂଗଠନ ର ସଭାପତି ପ୍ରଶାନ୍ତ କୁମାର ମହାରଣା, ସାମାଜିକ କର୍ମୀ ଏନ. ଦିନବନ୍ଧୁ, ଛତ୍ରପୁର ପ୍ରେସ କ୍ଳବର ସମ୍ପାଦକ ସରୋଜ କୁମାର ସାମଲ, ସାମ୍ବାଦିକ ସନ୍ତୋଷ କୁମାର ସାହୁ ଓ ଫୋଟ ସାମ୍ବାଦିକ ସନ୍ତୋଷ ସାହୁ ପ୍ରମୁଖ ଉପସ୍ଥିତ ରହି ବୃଦ୍ଧ ବୃଦ୍ଧା ଙ୍କୁ ଶୀତବସ୍ତ୍ର ବଣ୍ଟନ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ଫାଉଣ୍ଡେସନ୍ ର ସୁଦେଷ୍ଣା ସାହୁ ଓ ପୁଷ୍ପାଞ୍ଜଳୀ ସାହୁ ପରିଚାଳନାରେ ସହଯୋଗ କରିଥିଲେ । ଫାଉଣ୍ଡେସନ ର ଏଭଳି କାର୍ଯ୍ୟ କୁ ସାଧାରଣ ରେ ପ୍ରଂଶସା କରାଯାଇଥିଲା,