ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଘାଟିତ

ରାଇକିଆ, (ଯୁଗାବ୍ଦ ନ୍ୟୁଜ) : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଜୀବନ ଜ୍ୟୋତି ମହାବିଦ୍ୟାଳୟ ଠାରେ ରାଜ୍ୟ ସରକାରଙ୍କ ଯୁବ ଏବଂ କ୍ରିଡା ବିଭାଗ ତରଫରୁ “ଯୁବ ଓଡିଶା ନବୀନ ଓଡିଶା” କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଅଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ସଂକର୍ଷଣ ସାହୁଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ସଭାପତି ରାଜମୋହନ ଦିଗାଳ ଏବଂ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରଦୀପ ପ୍ରଧାନ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ସମନ୍ଵିତ ଯୁବ ବିକାଶ ନିମନ୍ତେ ‘ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଆବଶ୍ୟକ ଥିବା ଓ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀ ମାନଙ୍କ ସାମାଜିକ, ସାଂସ୍କୃତିକ, କ୍ରିଡା କ୍ଷେତ୍ରରେ ବିକଶିତ କରିବା ମୂଳ ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ବିଭିନ୍ନ ପର୍ଯ୍ୟାୟ ରେ ଏହି କାର୍ଯ୍ୟକ୍ରମ ଡିସେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ପ୍ରଫେସର ପ୍ରଭାକର ରାଜୁ , ଉମାଶଙ୍କର ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଅଧ୍ୟାପିକା ମଞ୍ଜୁଳା ସାହୁ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ