କାର୍ତ୍ତିକ ପୁର୍ଣ୍ଣିମା ଅବସରରେ ଛେନାପଦି ତାରିଣୀ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ

ହାଟଡ଼ିହି, (ବିକାଶ ବିଶ୍ୱାଳ ) : ହାଟଡିହି ବ୍ଲକର ବିଭିନ୍ନ ସ୍ଥାନରେ ଆଜି ପବିତ୍ର କାର୍ତ୍ତିକ ପୁର୍ଣ୍ଣିମା ଅବସରରେ ଛେନାପଦି ତାରିଣୀ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହୋଇଥିଲା । ଆଜି ଭୋର ୫ଟା ବେଳେ ମନ୍ଦିରର ମଙ୍ଗଳ ଆଳତୀ, ପହିଲିଧୂପ, ପହିଲିଭୋଗ ସହ ମାଙ୍କ ନିକଟରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା । ବିଭିନ୍ନ ଅଞ୍ଚଳରୁ ହଜାର ହଜାର ଶ୍ରଦ୍ଧାଳୁ ମନ୍ଦିରରେ ପହଞ୍ଚି ମାଙ୍କ ଦର୍ଶନ କରିବା ସହିତ ମନ୍ଦିର ପରିସରରେ ଥିବା ବିଶେଶ୍ୱର ମହାଦେବ ମନ୍ଦିର, ଶନିଶ୍ଚର ମନ୍ଦିରରେ ପୂଜାର୍ଚ୍ଚନା କରିବା ସହିତ ଦେବଦର୍ଶନ କରିଥିଲେ । ମନ୍ଦିର ପରିଚାଳନା କମିଟି ପକ୍ଷରୁ ଭକ୍ତ ମାନଙ୍କ ପାଇଁ ଅନ୍ନପ୍ରସାଦ ବଣ୍ଟନର ବ୍ୟବସ୍ଥା କରାଯାଇଥିଲା । ଶାସଙ୍ଗ ହାଇସ୍କୁଲର ଏନସିସି କ୍ୟାଡେଟ ଓ ରେଡକ୍ରସର ଛାତ୍ରଛାତ୍ରୀମାନେ ମନ୍ଦିର ପରିସରରେ ସେବାକାର୍ଯ୍ୟ କରିବା ସହିତ ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ