ଖଣ୍ଡୁରୁ ଓ ବୁଢେଇଶୁଣି ପଞ୍ଚାୟତରେ “ଆମ ଓଡ଼ିଶା ନବୀନ ଓଡିଶା” ସଚେତନତା ଶିବିର

ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ବ୍ଲକ ଅନ୍ତର୍ଗତ ଖଣ୍ଡୁରୁ ପଞ୍ଚାୟତ ଓ ବୁଢେଇଶୁଣି ପଞ୍ଚାୟତରେ ଜାନୁଆରୀ ୨୫ ତାରିଖ ଦିନ “ଆମ ଓଡ଼ିଶା, ନବୀନ ଓଡିଶା” ଆନୁକୂଲ୍ୟରେ ବିଭିନ୍ନ ବିଭାଗର ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ପୋଲସର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଚନ୍ଦ୍ର ଜାନୀ ଉଭୟ ଖଣ୍ଡୁରୁ ଓ ବୁଢେଇଶୁଣି ଗ୍ରାମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଓଡିଶା ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ସୂଚନା ପ୍ରଦାନ କରିଥିଲେ। ଉଭୟ ଗ୍ରାମରେ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଆଲୋକପାତ କରିବା ସହ ସମସ୍ତ ଏହାର ସୁଯୋଗ ନେବାପାଇଁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ, ବିକ୍ରମ କୁମାର ନାୟକ ଓ ଝୁନୁ ଦାସ, ରାଜେନ୍ଦ୍ର କୁମାର ପ୍ରଧାନ, ଉଭୟ ପଞ୍ଚାୟତର ସରପଞ୍ଚ, ସମିତି ମେମ୍ବର ଯୋଗଦେଇଥିଲେ। ଜିପିଓ ସଂଯୋଜନା କରିଥିବା ବେଳେ ଉଭୟ ପଞ୍ଚାୟତର ପିଇଓ ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ମହିଳା ଗୋଷ୍ଠୀଙ୍କୁ ବିନା ସୁଧରେ ଋଣ ବାବଦକୁ ଚେକ ପ୍ରଦାନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ