ଘୋଡାପଡା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ଘୋଡାପଡା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ୨୦୨୩-୨୪ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ଜେନା ଅଧ୍ୟକ୍ଷତା କରିଥିଲେ। ପୋଚାଲୁଣ୍ଡି ମା କାଳୀ କୃଷକ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ରମା ରଞ୍ଜନ ମିଶ୍ର ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପ୍ରଧାନଶିକ୍ଷକ ଦେବରାଜ ଗୌଡ, ଗୌରୀଶଙ୍କର ଜେନା, ଅଶୋକ କୁମାର ବେହେରା, ଅଳୀୟ ସାମଲ, ଇ.ନୀଳାଞ୍ଚଳ ପାତ୍ର, ଓ ଡାକ୍ତର କିରଣ କୁମାର ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ମୂଖ୍ୟ ବକ୍ତା ଭାବେ ପୋଲସରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭଗବାନ ଚୌଧୁରୀ ଯୋଗଦେଇଥିଲେ। ଉକ୍ତ କ୍ରୀଡା ଉତ୍ସବରେ ବିଭିନ୍ନ ପ୍ରତିଯୋଗିତାରେ କୃତୀତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କଟିଥିଲେ। ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ