ମହାନାଦପୁର ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ଗ୍ରାମାଞ୍ଚଳର ଭିତିଭୂମି ର ବିକାଶ ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରୟାସ ଜାରି ରହିଛି l ଏନେଇ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି l ଏହି ପରିପ୍ରେକ୍ଷୀରେ ଗୁରୁବାର ଛତ୍ରପୁର ବ୍ଲକ ଅନ୍ତର୍ଗତ ମହାନାଦପୁର ପଞ୍ଚାୟତର ସରପଞ୍ଚ ରବୀନ୍ଦ୍ର ରାଉଳ ଙ୍କ ସଭାପତିତ୍ୱ ରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଅନୁଷ୍ଠାନିକ ଭାବେ ଶୁଭାରମ୍ଭ କରିବା ସହିତ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଗୁଡିକ ସମ୍ପର୍କରେ ଉପସ୍ଥିତ ଜନ ସାଧାରଣଙ୍କୁ ସଚେତନତା କରାଇଥିଲେ l ଏହି ଅବସରରେ ମହାନାଦପୁର ପଞ୍ଚାୟତରେ ହୋଇଥିବା ବିଭିନ୍ନ ବିକାଶର ଏକ ପୁସ୍ତିକାକୁ ମଧ୍ୟ ବିଧାୟକ ଉନ୍ମୋଚନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ପରିଷଦ ସଭ୍ୟା ଛବିତା ବେହେରା ଓ ରଶ୍ମିତା ନାହାକ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ମୁନା ଦାସ, ଯୁବ ନେତା କିଶୋର ବେହେରା, ଚରଣ ବେହେରା, ଛତ୍ରପୁର ବ୍ଲକ ବିଜେଡି ସଭାପତି ପ୍ରବାସୀ ପ୍ରଧାନ, ଯୁବ ବିଜେଡି ବ୍ଲକ ସଭାପତି କାଳିଆ ନାହାକ, ଯୁବ ନେତା ସୁରେଶ ଦାଶ, ପୂର୍ବତନ ସରପଞ୍ଚ ଦୁର୍ଯ୍ୟୋଧନ ପରିଡା, ପୂର୍ବତନ ସମିତିସଭ୍ୟ ଏନ. ଦୁର୍ଯ୍ୟୋଧନ ରେଡ୍ଡୀ ଓ ମଥୁରା ସୁବୁଦ୍ଧି, ମାଗୁଣି ବିଷୋୟୀ, ଅଭିରାମ ପ୍ରଧାନ, ସନ୍ତୋଷ ବେହେରା, ବାପି ଦାସ, ଟିକିନା ଗୌଡ଼, ଛତ୍ରପୁର ଏନଏସି ର 10 ନମ୍ବର ୱାର୍ଡ କାଉନସିଲର ଦେବାଶିଷ ମିଶ୍ର, ଟାଙ୍ଗଣାପଲ୍ଲୀ ସରପଞ୍ଚ ବି. ସୁଦାମ, ଶ୍ରୀରାମଚନ୍ଦ୍ରପୁର ସମିତିସଭ୍ୟ ଏସ. ଚକ୍ରପାଣି ରେଡ୍ଡୀ, ପୋଟଲାମପୁର ସମିତି ସଭ୍ୟ ଶମ୍ଭୁନାଥ ସ୍ୱାଇଁ ଙ୍କ ସମେତ ବହୁ ଜନ ପ୍ରତିନିଧି, ମହିଳା ଓ ପଞ୍ଚାୟତର ଜନ ସାଧାରଣ ମାନେ ଉପସ୍ଥିତ ରହି ଲୋକଙ୍କୁ ରାଜ୍ୟ ସରକାରଙ୍କ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ l ଏହି ଅବସରରେ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ର ଅଧିକାରୀ ମାନେ ସେମାନଙ୍କ ବିଭାଗ ପକ୍ଷରୁ ପ୍ରଦାନ କରାଯାଉଥିବା ବିଭିନ୍ନ ସୁବିଧା ସମ୍ପର୍କରେ ଲୋକଙ୍କୁ ସଚେତନ କରିଥିଲେ l ଶେଷରେ ବିଭିନ୍ନ ସ୍କୁଲ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଲୋକନୃତ୍ୟ ପାଲା ମାଧ୍ୟମରେ ସରକାର ଙ୍କ ବିଭିନ୍ନ ଯୋଜନା ଗୁଡିକ ବିଷୟରେ ସଚେତନତା କରାଯାଇଥିଲା l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ