କେନ୍ଦ୍ରାପଡା ମହାବିଦ୍ୟାଳୟରେ ଜାତୀୟ ମତଦାତା ଦିବସ ପାଳିତ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ ତତ୍ୱାବଧାନରେ ଅନୁଷ୍ଠିତ ବୈଠକରେ ପ୍ରାକ୍ତନ ଅଧ୍ୟକ୍ଷ ପ୍ରାଧ୍ୟାପକ ନନ୍ଦ କିଶୋର ପରିଡା ମୁଖ୍ୟବକ୍ତା ଭାବେ ଯୋଗଦେଇ ମତଦାନର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ । ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ପ୍ରଶାନ୍ତ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଫେସର ଡ. ପ୍ରଭାକର ମଲ୍ଲିକ, ପ୍ରଫେସର ରତ୍ନମଞ୍ଜରୀ ଦାସ, ଅଧ୍ୟାପକ ଅଚ୍ୟୁତାନନ୍ଦ ଭୂୟାଁ, ବାବାଇ ନନ୍ଦୀ, ଅଧ୍ୟାପିକା ଆର୍ଶିଆ ଅଞ୍ଜୁମ, ନିରୁପମା ସାହୁ, ମନିଷା ଦାସ, ମାନସୀ ମହାନ୍ତିଙ୍କ ସମେତ ବିଭିନ୍ନ ବିଭାଗର ଅଧ୍ୟାପକ,ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନେ ଯୋଗଦେଇ ବକ୍ତବ୍ୟ ରଖିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ