ଶଙ୍କୁରୁରେ “ଆମ ଓଡ଼ିଶା ନବୀନ ଓଡିଶା” ସଚେତନତା ଶିବିର

ବୁଗୁଡା,(ଅନିଲ କୁମାର ମହାରଣା) : ଶଙ୍କୁରୁ ପଞ୍ଚାୟତରେ ଜାନୁଆର ୨୯ ତାରିଖ ଦିନ “ଆମ ଓଡ଼ିଶା ନବୀନ ଓଡିଶା” ଆନୁକୂଲ୍ୟରେ ଓଡିଶା ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଶଙ୍କୁରୁ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ବୁଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସନ୍ତୋଷ କୁମାର ଜେନା କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବା ସହ ଓଡିଶା ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ସୂଚନା ପ୍ରଦାନ କରିଥିଲେ। ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ସହ ସମସ୍ତେ ଏହାର ସୁଯୋଗ ନେବାପାଇଁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ. ପ୍ରିୟଦର୍ଶିନୀ ଆଚାରୀ, ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ଜିଲ୍ଲା ପରିଷଦ ମେମ୍ବର ଗଙ୍ଗପାଣି ଜେନା, ସରପଞ୍ଚ ସୁଶାନ୍ତ କୁମାର ରାଉତ, ସମିତି ସଭ୍ୟ ବିଷ୍ଣୁ ପ୍ରସାଦ ପରିଡା, ନାଏବ ସରପଞ୍ଚ ଲକ୍ଷ୍ମୀ କୁମାରୀ ଆରୁଖ, ଯୋଗଦେଇଥିଲେ। ଜିପିଓ ମନୋଜ କୁମାର ସାହୁ ସଂଯୋଜନା କରିଥିବା ବେଳେ ପଞ୍ଚାୟତର ପିଇଓ ପ୍ରଶାନ୍ତ କୁମାର ବେହେରା ଓ ଜିଆରଏସ ଗୌରାଙ୍ଗ କୁମାର ପ୍ରଧାନ ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ବିଭିନ୍ନ ମିଶନ ଶକ୍ତି ଗୋଷ୍ଠୀଙ୍କୁ ବିନା ସୁଧରେ ଋଣ ବାବଦକୁ ଚେକ ପ୍ରଦାନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ