ହାତୀଓଟରେ “ଆମ ଓଡ଼ିଶା, ନବୀନ ଓଡିଶା” ସଚେତନତା ଶିବିର

ପୋଲସରା, (ଅନିଲ କୁମାର ମହାରଣା) : ହାତୀଓଟ ଗ୍ରାମରେ ଜାନୁଆରୀ ୨୯ ତାରିଖ ଦିନ “ଆମ ଓଡ଼ିଶା, ନବୀନ ଓଡିଶା” ଆନୁକୂଲ୍ୟରେ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ପୋଲସର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଚନ୍ଦ୍ର ଜାନୀ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଓଡିଶା ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ସୂଚନା ପ୍ରଦାନ କରିଥିଲେ। ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଆଲୋକପାତ କରିବା ସହ ସମସ୍ତେ ଏହାର ସୁଯୋଗ ନେବାପାଇଁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ରଶ୍ମିତା ସାହୁ, ସମିତିସଭ୍ୟ କାହ୍ନୁ ଚରଣ ସାହୁ, ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ ଓ ଝୁନୁ ଦାସ, ସହକାରୀ ନିର୍ବାହୀ ଯନ୍ତ୍ରୀ ଘନଶ୍ୟାମ ଡାକୁଆ, କନିଷ୍ଠ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର, ଆଇପିଓ ପୁଷ୍ପାପ୍ରିୟା ବେହେରା,ବିପିଏମ ଗଙ୍ଗାଧର ମିଶ୍ର, ଅଙ୍ଗନୱାଡି ସୁପରଭାଇଜର ସୁରଭି କୁସୁମା ଦାସ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଜିପିଓ ଆଦିତ୍ୟ ନାୟକ ସଂଯୋଜନା କରିଥିବା ବେଳେ ପଞ୍ଚାୟତ ପିଇଓ କିଶୋର ଚନ୍ଦ୍ର ସାହୁ ଓ ଜିଆରଏସ ଦାଶରଥି ବେହେରା ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ମହିଳା ଗୋଷ୍ଠୀଙ୍କୁ ବିନା ସୁଧରେ ଋଣ ବାବଦକୁ ଚେକ ପ୍ରଦାନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ