ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ସ୍ବଚ୍ଛ ଭାରତ ଅଭିଯାନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଖମନଖୋଲ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ସ୍ବଚ୍ଛ ଭାରତ ଅଭିଯାନ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି l ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ଦେବୀ ପ୍ରସାଦ ଦାସ ଙ୍କ ନେତୃତ୍ୱରେ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ସଫା ସୁତରା କରିବା ସହ ସୁସ୍ଥ ପରିବେଶ ସଭିଙ୍କର ଦାୟିତ୍ବ’, ‘ ସୁସ୍ଥ ପରିବେଶ ସୁସ୍ଥ ସମାଜ ଗଠନ କରିବା’ ଭଳି ବିଭିନ୍ନ ସ୍ଲୋଗାନ ମାନ ଦେଇ ଏକ ଶୋଭାଯାତ୍ରା କରି ସଫେଇ କାର୍ଯକ୍ରମ କରାଯାଇଥିଲା । ଉକ୍ତ ସମସ୍ତ କାର୍ଯ୍ୟକ୍ରମରେ ଡା.ଦେବୀ ପ୍ରସାଦ ଦାସ , ଡା.ସାଇ ପ୍ରସାଦ ମିଶ୍ର ପ୍ରୋଜେକଟ କୋଡିନେଟର ଜୟ ଶଙ୍କର ନାୟକ ଙ୍କ ସମେତ ସ୍ୱାସ୍ଥ୍ୟ କେନ୍ଦ୍ର ର ସମସ୍ତ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ଏହିଭଳି ଜନହିତକର କାର୍ଯ୍ୟକୁ ସବୁ ମହଲରୁ ପ୍ରଶଂସା ମିଳିଥିଲା l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ