ଦୁର୍ବଳତମ ଲୋକଙ୍କ ନିକଟରେ ପହଞ୍ôଚବ ଜିଲ୍ଲା ପ୍ରଶାସନ-ଜିଲ୍ଲାପାଳ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡ଼ାର ନୂତନ ଜିଲ୍ଲାପାଳ ଭାବେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସୂର୍ଯ୍ୟବଂଶୀ ମୟୂର ବିକାଶ ଆଜି ଯୋଗ ଦେଇଛନ୍ତି । ଆଜି ସକାଳେ ତୁଳସୀକ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀଶ୍ରୀ ସିଦ୍ଧ ବଳଦେବଜୀୟୁଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବା ପରେ ପୂର୍ବାହ୍ନ ୧୦ଟାରେ କାର୍ଯ୍ୟରେ ସେ ଯୋଗ ଦେଇଥିଲେ । ଗଣମାଧ୍ୟମକୁ ନିଜ ପ୍ରତିକ୍ରିୟା ରଖି ସେ କହିଛନ୍ତି ଯେ ସାଧାରଣ ଲୋକଙ୍କ ସମସ୍ୟା ସମାଧାନକୁ ଅଗ୍ରାଧିକାର ଦିଆଯିବ । ଜିଲ୍ଲାର ଦୁର୍ବଳତମ ବ୍ୟକ୍ତିଙ୍କ ନିକଟରେ ପହଞ୍ଚିବ ପ୍ରଶାସନ ଓ ଦକ୍ଷତାର ସହ ସମସ୍ତ କାର୍ଯ୍ୟ ସମ୍ପାଦନ କରାଯିବ । ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ବିକାଶମୂଳକ କାର୍ଯ୍ୟକ୍ରମକୁ ଅଧିକ ତ୍ୱରାନ୍ୱିତ କରାଯିବ । ସୂଚନାଯୋଗ୍ୟ ଯେ ୨୦୧୮ ବ୍ୟାଚ୍ ଓଡ଼ିଶା କ୍ୟାଡର୍‌ର ଏହି ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ପୂର୍ବରୁ ସମ୍ବଲପୁରର ଉପଜିଲ୍ଲାପାଳ ଏବଂ ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିସନର ଭାବେ କାର୍ଯ୍ୟକରି ବେଶ ଲୋକପ୍ରିୟତା ଅର୍ଜନ କରି ସାରିଛନ୍ତି । ଜିଲ୍ଲା କାର୍ଯ୍ୟାଳୟରେ ପହଞ୍ଚିିବା ସମୟରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପୀତାମ୍ବର ସାମଲ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ରାଜେନ୍ଦ୍ର କୁମାର ପଣ୍ଡା, ଉପ-ଜିଲ୍ଲାପାଳ ରବିନ୍ଦ୍ର କୁମାର ପ୍ରଧାନ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ପରେପରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ତହସିଲ୍‌ଦାର, ସମସ୍ତ ବିଡିଓ, ସମସ୍ତ ଲାଇନ ଡିପାର୍ଟମେଂଟ୍‌ର ଅଧିକାରୀ, ସମସ୍ତ ନିର୍ବାହୀ ଅଧିକାରୀଙ୍କ ସହ ପରିଚିତ ହେବା ସହ କାର୍ଯ୍ୟର ସମୀକ୍ଷା କରିଥିଲେ । ପ୍ରଶାସନର ସମସ୍ତ କାର୍ଯ୍ୟକୁ ଲୋକାଭିମୁଖୀ କରିବା ସହ ଆସନ୍ତା ସାଧାରଣ ନିର୍ବାଚନକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ସେ ସମସ୍ତ ଅଧିକାରୀମାନକୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ବିଭାଗ ପରିଦର୍ଶନ କରି ଭିତିଭୂମି ପରଖିବା ସହ ସେ ମୂଲ୍ୟବାନ ଉପଦେଶ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ